ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଛତ୍ରପୁର, (ଓ୍ବାଇଏନଏସ): ଛତ୍ରପୁର ପଞ୍ଚାୟତ ସମିତି ପକ୍ଷରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅଭିଯାନ ଛତ୍ରପୁର ଏନ୍‌ଏସି କଲ୍ୟାଣ ମଣ୍ଡପ ପରିସରରେ  ବିଡିଓ ସମ୍ବିତ ସଂଗ୍ରାମଜୀତ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଆୟୋଜିତ ଏହି ଶିବିରରେ  ମୁଖ୍ୟ ଅତିଥି ଭାବେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ  ଯୋଗ ଦେଇ  ଦିବ୍ୟାଙ୍ଗ ବ୍ୟକ୍ତିମାନେ କିପରି ସରକାରଙ୍କ ବିଭିନ୍ନ ଯୋଜନାର ସୁଫଳ ପାଇପାରିବେ, ସେନେଇ ଅବଗତ କରାଯାଇଥିଲେ । ଏଥିସହ ବିଭିନ୍ନ ସରକାରୀ ସୁବିଧା ଓ ସାମାଜିକ ସୁରକ୍ଷା ଯୋଜନା ସମ୍ପର୍କରେ ଲୋକଙ୍କୁ  ଅଧିକ ରୁ ଅଧିକ ସଚେତନ କରାଇବାକୁ ସେ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଡାକ୍ତର ସ୍ୱାଧୀନ କୁମାର ରଥ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣ ବେହେରା, ଛତ୍ରପୁର ସିଡିପିଓ ପ୍ରଣମିତା ପଣ୍ଡା ଓ ଛତ୍ରପୁର ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରିଣୀ ସସ୍ମିତା ସ୍ୱାଇଁ ପ୍ରମୁଖ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଛତ୍ରପୁର ବ୍ଲକ ଫାଇନାନ୍ସ ଅଫିସର ଗିରିଶ ଚନ୍ଦ୍ର ମହାରଣା ସଂଯୋଜନା କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ