ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ଖେଳାଳି

ଭୁବନେଶ୍ବର : ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଉଥିବା ଦିନିକିଆ ସିରିଜ୍‌ର ଅନ୍ତିମ ମ୍ୟାଚ୍ ନିମନ୍ତେ ଉଭୟ ଦଳର ଖେଳାଳି ଭୁବନେଶ୍ବରରେ ପହଞ୍ଚିଛନ୍ତି । କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଉଭୟ ଦଳ ପରସ୍ପରର ମୁକାବିଲା କରିବେ । ଉଭୟ ଦଳର ଖେଳାଳି ପହଞ୍ଚିବା ପରେ ବସ୍‌ ଜରିଆରେ ମେ ଫେୟାର ହୋଟେଲକୁ ନିଆଯାଇଥିଲା । ଉଭୟ ଦଳର ଖେଳାଳୀ ଓ ବିସିସିଆଇର ଅଫିସିଆଲଙ୍କ ପାଇଁ ମେ’ଫେୟାର ହୋଟେଲରେ ରୁମ୍‌ ନିଆଯାଇଛି । ବିସିସିଆଇ ପକ୍ଷରୁ .ସମୁଦାୟ ୮୫ଟି ରୁମ୍‌ ବୁକ୍‌ କରାଯାଇଛି । ବିମାନବନ୍ଦରରେ ଓହ୍ଲାଇବା ପରେ ଖେଳାଳିମାନେ ସିଧାସଳଖ ହୋଟେଲକୁ ଯାଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ