ଭୁବନେଶ୍ୱରରେ ଓଡିଆ ରେଷ୍ଟୁରାଂଟ ନିମନ୍ତ୍ରଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ‘ନିମନ୍ତ୍ରଣ-ଖାଂଟି ଓଡ଼ିଆ ଖାଦ୍ୟ ରେଷ୍ଟୁରାଂଟ’ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହୋଇଛି ।୧୨୫ କେଜି ଓଜନର ଓଡିଶା ମାନଚିତ୍ର ପ୍ରତିକୃତିର ସବୁ ଜିଲ୍ଲାର ସ୍ୱତନ୍ତ୍ର ଖାଦ୍ୟକୁ ନେଇ ନିର୍ମିତ ସ୍ୱତନ୍ତ୍ର କେକ୍ କାଟି ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଓଟିଡିସି ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ରେଷ୍ଟୁରାଂଟ ‘ନିମନ୍ତ୍ରଣ’ ପ୍ରଥମ କରି ଭୁବନେଶ୍ୱରରେ ଖୋଲିଛି । ରାଜଧାନୀର ବ୍ୟସ୍ତବହୁଳ ସ୍ଥାନ ସହିଦ ନଗରରେ ଏହା ଶୁଭାରମ୍ଭ ହୋଇଥିବା ବେଳେ ଆଗକୁ ପୁରୀ ଓ ସମ୍ବଲପୁରରେ ଖୋଲିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସ୍ୱତନ୍ତ୍ର ଭାବେ ବାହାର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟର ଘରୋଇ ଖାଦ୍ୟ ମିଳିବ ବୋଲି କହିଛନ୍ତି ।ଏହି କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯଟନ ମନ୍ତ୍ରୀ ଜ୍ୟୋତି ପାଣିଗ୍ରାହୀ, ମନ୍ତ୍ରୀ ପଦ୍ମନାଭ ବେହେରା, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିଲେ ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ