ଭୁବନେଶ୍ୱରରେ ପୁଣି ଜଣେ ପଜିଟିଭ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣକ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଞ୍ଚଳର ବୋଲି ଜଣାଯାଇଛି । ଏହା ଲୋକାଲ କେସ ହୋଇଥିବାବେଳେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଆଉ ୭ ଆକ୍ରାନ୍ତ ମଧ୍ୟ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ପ୍ରକାଶ ଯେ, ରବିବାର ରାଜ୍ୟରେ ଆଉ ୩୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନ କେନ୍ଦ୍ରରୁ ୨୭୨ ଚିହ୍ନଟ ହୋଇଥିବାବେଳେ ୩୨ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସି କରୋନା ଆକ୍ରାନ୍ତ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦ରେ ପହଁଚିଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ