ଭୁବନେଶ୍ୱରରେ ପୂର୍ବାଂଚଳ ପରିଷଦର ୨୪ତମ ବୈଠକ

ବିହାର, ଝାଡଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ନେଇ ଗଠିତ ପୂର୍ବାଂଚଳ ଆଂଚଳିକ ପରିଷଦର ୨୪ତମ ବୈଠକ ଆସନ୍ତା କାଲି (୨୮.୨.୨୦୨୦) ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି ।
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଆୟୋଜନକାରୀ ରାଜ୍ୟ ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଉପାଧ୍ୟକ୍ଷ ଅଛନ୍ତି । ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା ବାନାର୍ଜୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ ଏଥିରେ ଅଂଶଗ୍ରହଣ କରିବେ । ପରିଷଦର ସଦସ୍ୟ ଭାବେ ଏହିସବୁ ରାଜ୍ୟର କ୍ୟାବିନେଟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗଦେବ । କେନ୍ଦ୍ର ସରକାରଙ୍କ ସଚିବ, ଅତିରିକ୍ତ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଗଣ ମଧ୍ୟ ଏହି ବୈଠକରେ ଯୋଗଦେବେ । ଅକ୍ଟୋବର ୧, ୨୦୧୮ ମସିହାରେ ପୂର୍ବାଂଚଳ ପରିଷଦର ଶେଷ ବୈଠକ କୋଲକାତାଠାରେ ଅନୁଷ୍ଠିତ ହୋଇଥିଲା ।
ଏଠାରେ ହେବାକୁ ଥିବା ପୂର୍ବାଂଚଳ ବୈଠକରେ ପ୍ରାୟ ୫୦ଟି ବିଭିନ୍ନ ବିଷୟ ଉପରେ ଆଲୋଚନା ହେବ । ଆଲୋଚନା ମଧ୍ୟରେ ଆନ୍ତଃରାଜ୍ୟ ଜଳବିବାଦ, ବିଦ୍ୟୁତ ସରବରାହ, କୋଇଲା ଖଣି ଗୁଡିକର ପରିଚାଳନା ଏବଂ ରୟାଲିଟି, ରେଳ ପ୍ରକଳ୍ପଗୁଡିକ ନିମନ୍ତେ ଭୂମି ଓ ଜଙ୍ଗଲଗତ ମଞ୍ଜୁରି, ଜଘନ୍ୟ ଅପରାଧଗୁଡିକର ତଦନ୍ତ, ଦେଶ ଭିତରେ ଓ ସୀମାରେ ଗୋରୁ ଚାଲାଣ, ଅଗମ୍ୟ ଅଂଚଳରେ ଦୂରସଂଚାର ଓ ବ୍ୟାଙ୍କିଙ୍କ ସେବାର ଭିତିଭୂମି,
ପେଟ୍ରୋଲିୟମ ପ୍ରକଳ୍ପ, କେନ୍ଦ୍ରୀୟ ରାଜସ୍ୱର ପରିବଂଟନ ଇତ୍ୟାଦି ଅନ୍ତର୍ଭୁକ୍ତ । ଅନେକ ବରିଷ୍ଠ ଅଧିକାରୀ ଓ ରାଜନୀତିକ ନେତୃତ୍ୱଙ୍କ ଅଂଶଗ୍ରହଣ ମାଧ୍ୟମରେ ଆହୁରି ଅନେକ ବିଷୟ ବୈଠକ କାଳରେ ଆଲୋଚନା ମାଧ୍ୟମରେ ସମାଧାନ ହେବାର ସମ୍ଭାବନା ରହିଛି ।
୧୯୫୬ ରାଜ୍ୟ ପୂର୍ନଗଠନ ଆଇନର ୧୫ରୁ ୨୨ ଧାରାକୁ ଉପଜୀବ୍ୟ କରି ୧୯୫୭ ମସିହାରେ ୫ଟି ଆଂଚଳିକ ପରିଷଦ ଗଠିତ ହୋଇଥିଲା । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ପ୍ରତ୍ୟେକ ଆଂଚଳିକ ପରିଷଦର ଅଧ୍ୟକ୍ଷତା କରୁଥିବା ବେଳେ ଆୟୋଜନକାରୀ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାର ଦାୟିତ୍ୱ ତୁଲାଇଥାନ୍ତି । ପ୍ରତ୍ୟେକ ରାଜ୍ୟର ଦୁଇ ଜଣ ମନ୍ତ୍ରୀ ଏହାର ସଦସ୍ୟ ଭାବେ ରାଜ୍ୟପାଳଙ୍କ ଦ୍ୱାରା ମନୋନୀତ ହୋଇଥାନ୍ତି । କେନ୍ଦ୍ର ରାଜ୍ୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ସଦସ୍ୟ ରାଜ୍ୟମାନଙ୍କ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ମନୋମାଳିନ୍ୟ ପରିଷଦରେ ଆଲୋଚନା ଦ୍ୱାରା ସମାଧାନ କରାଯାଇଥାଏ ।
ଆଂଚଳିକ ପରିଷଦ ଅନେକ ବିଷୟ ବସ୍ତୁ ଯଥା: ସୀମା ସମ୍ପର୍କିତ ବିବାଦ, ନିରାପତା, ସଡକ ପରିବହନ, ଶିଳ୍ପ, ଜଳ ଓ ଶକ୍ତି ଭଳି ସମ୍ପର୍କିତ ବିଭିନ୍ନ ଭିତିଭୂମି, ଜଙ୍ଗଲ ଓ ପରିବେଶ, ଗୃହ, ଶିକ୍ଷା, ଖାଦ୍ୟ ନିରାପତା, ପର୍ଯ୍ୟଟନ ଓ ପରିବହନ ଭଳି ବିଷୟଗୁଡିକ ମଧ୍ୟ ଆଲୋଚନା ପରିସରଭୁକ୍ତ ହୋଇଥାଏ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ