ଭୁବନେଶ୍ୱରରେ ୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କଳିଙ୍ଗ ବିହାର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ସେ ହୋମ କ୍ୱାରେଣ୍ଟାଇନରେ ଥିବାବେଳେ ଜଣଙ୍କ ସଂସ୍ପର୍ଶରେ ଆସି ସେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ଅନ୍ୟ ସଂକ୍ରମିତ ଲୋକାଲ କେସ ବୋଲି ଜଣାଯାଇଛି । ସେମାନଙ୍କ ମଧ୍ୟରୁ ଏମ୍ସର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଅନ୍ୟ ୨ ଜଣ ଆଇଗଣିଆ ଓ ଡୁମୁଡୁମା ଅଞ୍ଚଳର ବୋଲି ଜଣାଯାଇଛି । ପୂର୍ବରୁ ଆଜି ସକାଳେ ରାଜ୍ୟରେ ୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ