ଭୁବନେଶ୍ୱର ରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଚଳିତ ବର୍ଷ ଶେଷ ପୂର୍ବରୁ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ କାମ ଆରମ୍ଭ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ। ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ ନିଗମ ପରାମର୍ଶରେ ଡିପିଆର୍ ପ୍ରସ୍ତୁତି ଚାଲିଛି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ପରେ ଜାଗା ମିଶନ, ଡ୍ରିଙ୍କ ଫ୍ରମ୍ ଟ୍ୟାପ, ମୁକ୍ତା ଯୋଜନା କାର୍ଯ୍ୟକାରୀ ହେଉଛି । ଏସଏଚଜି ଓ ବସ୍ତି ବାସିନ୍ଦାଙ୍କ ଉନ୍ନତି ଦିଗରେ କାର୍ଯ୍ୟ ଚାଲିଛି। ୧ଲକ୍ଷ ୬୨ ହଜାର ୩୨୭ଟି ଘର ନିର୍ମାଣ କରାଯାଇଛି। ସମସ୍ତ ୧୧୫ ପୌରାଞ୍ଚଳର ୨୦୫୫ ୱାର୍ଡରେ ଘରକୁ ଘର ଯାଇ ଅଳିଆ ସଂଗ୍ରହ କରାଯାଉଛି।ସେ ଆହୁରି କହିଛନ୍ତି, ମାର୍ଚ୍ଚ ୨୦୨୪ ସୁଦ୍ଧା ଭୁବନେଶ୍ୱରରେ ସରିବ ଡ୍ରିଙ୍କ ଫ୍ରମ୍ ଟ୍ୟାପ ଯୋଜନା।ଏଣେ ରାଉରକେଲା, କଟକ ଓ ବ୍ରହ୍ମପୁରରେ ୨୦୨୩ ଶେଷ ସୁଦ୍ଧା ଡ୍ରିଙ୍କ ଫ୍ରମ୍ ଟ୍ୟାପ ଯୋଜନା ସରିବ। ଜାଗା ମିଶନ ଜରିଆରେ ଲୋକଙ୍କୁ ଜମି ଅଧିକାର ପ୍ରଦାନ କରି ବିଜୁ ଆଦର୍ଶ କଲୋନିରେ ବର୍ତ୍ତମାନ ସୁଦ୍ଧା ୭୭୨ଟି ବସ୍ତିକୁ ବିଜୁ ଆଦର୍ଶ କଲୋନିରେ ପରିବର୍ତ୍ତିତ କରାଯାଇଛି। ଗଞ୍ଜାମର ୪ଟି ସହର ହିଞ୍ଜିଳକାଟୁ, ଦିଗପହଣ୍ଡି, ରମ୍ଭା ଓ ପୁରୁଷୋତ୍ତମପୁରକୁ ମିଳିଛି ବସ୍ତି ମୁକ୍ତ ମାନ୍ୟତା। ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ କହିଛନ୍ତି, ଜୁନ ମାସରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ଟ୍ରେନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ଶୁଭାରମ୍ଭ କରିପାରନ୍ତି। ମେଟ୍ରୋ ଟ୍ରେନ ପାଇଁ ସର୍ଭେ ସରି ଯାଇଛି। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହାର ଡିପିଆର ପ୍ରସ୍ତୁତ କରୁଛି। ଏହା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। କେଉଁ ରୁଟରେ ମେଟ୍ରୋ ଯିବ ତାହା ଚିହ୍ନଟ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ମେଟ୍ରୋ ଟ୍ରେନ ଚାଲିବ। ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ