ଭୋଗଡା ବିଦ୍ୟାଳୟରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକ ଭୋଗଡା ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୨ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ କବିବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା ଏବଂ ସମ୍ମାନିତ ଅତିଥିଭାବେ ଶଙ୍କୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜା କିଶୋର ସେଠୀ, ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଫୁଲ କୁମାର ରାଉତ ଓ ଏସଏମସି ସଭାନେତ୍ରୀ ସୂର୍ଯ୍ୟକାନ୍ତି ରାଉତ ଯୋଗଦେଇଥିଲେ। ମାଣିତରା କ୍ଲଷ୍ଟର ସିଆରସିସି ଶଶିକାନ୍ତ ପାତ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଭଲ ଭାବେ ପାଠ ପଢି ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ବହୁ ଅଭିଭାବକ ଓ କମିଟି ସଦସ୍ୟ ସଦସ୍ୟା ଏହି ମେଳାରେ ଯୋଗଦେଇଥିବା ବେଳେ ଶିକ୍ଷୟିତ୍ରୀ ସୁଜାତା ସାହୁ ଓ କମିଟି ସଦସ୍ୟ ସୁବାସ ଚନ୍ଦ୍ର ବେହେରା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ