ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
ଭଣ୍ଡାରିପୋଖରୀ,(ଦୁର୍ଯ୍ୟୋଧନ ଲେଙ୍କା): ଭଣ୍ଡାରିପୋଖରୀ ବିଡିଓ ବିଜୟ କୁମାର ସାହୁ ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ଅଧିକାରୀ ମୀନକେତନ ବାରିକଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଗତ ୧୬ତାରିଖ ଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି । ବ୍ଲକ ଅଞ୍ଚଳର ୧୧୮ଗୋଟି ବୁଥ ପାଇଁ ଉକ୍ତ ଭୋଟର ପଞ୍ଜିକରଣ ବ୍ୟବସ୍ଥା ଆରମ୍ଭ ହୋଇଛି । ଏଥିପାଇଁ ୧୧୮ଜଣ ବିଏଲଓଙ୍କ ସହ ୧୧ଜଣ ସୁପରଭାଇଜର ନିଯୁକ୍ତ ହୋଇଛନ୍ତି । ଆସନ୍ତା ୧୫-୧-୨୦୨୧ ମସିହାରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ଜଣାଯାଇଛି ।