ଭୟଙ୍କର ଗୁମ୍ଫା, ଟିକେଟ୍‌ ଦାମ୍‌ ୨ ଲକ୍ଷ

ଭିଏତ୍‌ନାମ୍‌ରେ ରହିଛି ଏପରି ଏକ ଭୟଙ୍କର ଗୁମ୍ଫା। ଏହି ଗୁମ୍ଫାର ନାଁ ଶୁଣିଲେ ସାଧାରଣ ଲୋକଙ୍କ ହାତଗୋଡ଼ ଥରେ। ମାତ୍ର ଏଠାକୁ ଯଦି କେହି ପର୍ଯ୍ୟଟକ ବୁଲିବା ପାଇଁ ଚାହିଁଥାଆନ୍ତି, ସେଥିପାଇଁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଏହାର ଲମ୍ବ ୯ କିମି, ଚୌଡ଼ା ୨ ଶହ ମିଟର ଏବଂ ଉଚ୍ଚତା ୧୫୦ ମିଟର। ଏହା ମଧ୍ୟରେ ଜଙ୍ଗଲଠାରୁ ଆରମ୍ଭ କରି ନଦୀ ପର୍ଯ୍ୟନ୍ତ ସବୁ ରହିଛି। ଏଠାରେ ଥିବା ଜଳ ପ୍ରପାତର ଶବ୍ଦ ଗୁମ୍ଫାର କାନ୍ଥରେ ପ୍ରତିଫଳିତ ହୋଇ ଭୟଙ୍କର ପ୍ରତିଧ୍ୱନୀ ସୃଷ୍ଟି କରିଥାଏ। ୧୯୯୧ରେ ଜଣେ ସ୍ଥାନୀୟ ବାସିନ୍ଦା ହୋ ଖାନମଙ୍କ ଏହି ଗୁମ୍ଫା ସମ୍ପର୍କରେ ପ୍ରଥମେ ସୂଚନା ଦେଇଥିଲେ। ପରବର୍ତ୍ତୀ ସମୟରେ ଗୁମ୍ଫାର ନାମକରଣ ହେଙ୍ଗ୍‌ ସୋନ୍‌ ଡୁଙ୍ଗ୍‌ ଭାବେ କରାଯାଇଥିଲା। ୨୦୧୩ରେ ଗୁମ୍ଫାକୁ ପର୍ଯ୍ୟଟକଙ୍କ ପାଇଁ ଖୋଲା ଯାଇଥିଲା। ପ୍ରତିବର୍ଷ ୨ରୁ ୩ ଶହ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ଏହା ପୂର୍ବରୁ ପର୍ଯ୍ୟଟକଙ୍କୁ ୧୦ କି.ମି ପାଦରେ ଚାଲିବା, ପାହାଡ଼ରେ ଚଢ଼ିବା ଆଦି ସମ୍ପର୍କରେ ତାଲିମ ଦିଆଯାଇଥାଏ। ଅଗଷ୍ଟ ମାସ ପୂର୍ବରୁ ଏଠାକୁ ପର୍ଯ୍ୟଟକଙ୍କୁ ଆସିବାକୁ ଅନୁମତି ମିଳିଥାଏ। ଏହାପରେ ଗୁମ୍ଫାରେ ପ୍ରବାହିତ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଏହା ମଧ୍ୟରେ ପ୍ରବେଶ କରିବା ଅସମ୍ଭବ ହୋଇଥାଏ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ