ମଙ୍ଗରାଜପୁର ପ୍ରାଥମିକ ସ୍କୁଲର ବାର୍ଷିକ ଉତ୍ସବ

ବୁଗୁଡା,(ଯୁଗାବ୍ଦ ନ୍ୟୁଜ୍‌): ବୁଗୁଡା ବ୍ଲକ ଅନ୍ତର୍ଗତ ମଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ଦିନ ଅନୁଷ୍ଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏସଏମସି ଅଧ୍ୟକ୍ଷ ଭିକାରୀ ଚରଣ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ବିଶ୍ବାଳ ଓ ସମ୍ମାନୀତ ଅତିଥି ଭାବେ ପୂର୍ବତନ ସଭାପତି ଚନ୍ଦ୍ରଶେଖର ପ୍ରଧାନ, ସଂଯୁକ୍ତା କୁମାରୀ ଗୌଡ଼ ଓ ଶର୍ମୀଷ୍ଟା କୁମାରୀ ସାହୁ ଯୋଗଦେଇ ବିଭିନ୍ନ ପ୍ରତିଯୋଗିତାରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣ ପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷକ ବଂଶୀଧର ରାଉତ ସ୍ୱାଗତ ଭାଷଣ ଓ ବିବରଣୀ ପାଠ କରିଥିଲେ। ସହକାରୀ ଶିକ୍ଷକ ନରେନ୍ଦ୍ର କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ଛାତ୍ର ଓ ଛାତ୍ରୀ ବୃନ୍ଦ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ