ମଥୁରା କାହ୍ନୁ ଚରଣ ହାଇ ସ୍କୁଲର ବାର୍ଷିକୋତ୍ସଵ
ବୁଗୁଡା,(ଯୁଗାବ୍ଦ ନ୍ୟୁଜ୍): ପୋଲସରା ବ୍ଲକ ଅନ୍ତର୍ଗତ ମଥୁରା କାହ୍ନୁ ଚରଣ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ଦିନ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ୟ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରକ୍ଷିତ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ବଳରାମ ସେଠୀ ଓ ସ୍ଥାନୀୟ ସରପଞ୍ଚ ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ। ଏହି ଅବସରରେ କୃତ୍ତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଛାତ୍ର ଛାତ୍ରୀ ବୃନ୍ଦଙ୍କ ଦ୍ଵାରା ସାସ୍କୃତିକ କାର୍ୟ୍ୟକ୍ରମ ପରିବେଷିତ ହୋଇଥିଲା।