ମଧୁପୁର ସ୍କୁଲରେ ପୋଷାକ ବିତରଣ ଉତ୍ସବ

ନାଉଗାଁ,(ଯୁଗାବ୍ଦ ନ୍ୟୁଜ୍):ନାଉଗାଁ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଅଧିନ ମଧୁପୁର ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବିତରଣ କରାଯାଇଛି । ଏହି ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପଂଚାୟତର ସରପଂଚ ନଳିନୀପ୍ରଭା ସାହୁ, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଶିକ୍ଷାଧିକାରୀ ବାଇଧର ତ୍ରିପାଠୀ, ସିଆରସିସି କମଳଲୋଚନ ନାୟକ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନେ ଭଲ ପାଠ ପଢି ଦେଶର ଶ୍ରେଷ୍ଠ ନାଗରିକ ଭାବେ ନିଜକୁ ଗଢି ତୋଳିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କାଣ୍ଡୀ ପୌରୋହିତ୍ୟ କରିଥିଲେ । ସହକାରୀ ଶିକ୍ଷୟତ୍ରୀ ପ୍ରଣତୀ ପରିଡାଙ୍କ ସହିତ ପରିଚାଳନା କମିଟିର ସମସ୍ତ ସଦସ୍ୟ,ସଦସ୍ୟାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ