ମଧୁବାବୁ ପେନସନ ଯୋଜନାରେ ସାମିଲ କରିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଛତ୍ରପୁର, (ଦେବଦତ୍ତ ମହାରଣା) :ମଧୁବାବୁ ପେନସନ ଯୋଜନାରେ ସାମିଲ କରିବା ପାଇଁ ଶୁକ୍ରବାର ଗଞ୍ଜାମ ଜିଲ୍ଲାପାଳଙ୍କୁ ଭେଟି ଗୁହାରି କରିଛନ୍ତି ରମ୍ଭା ଥାନା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କମୋଣ୍ଡ ପଂଚାୟତର ବଡରାମପଲ୍ଲୀ ଗ୍ରାମର ମୁଳିଆ ବେହେରା (୭୨) । ସେ ଜଣେ ଯୋଗ୍ୟ ହିତାଧିକାରୀ ହୋଇଥିଲେ ମଧ୍ୟ ତାଙ୍କୁ ଏ ପର୍ଯ୍ୟନ୍ତ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇନାହିଁ । ସେ ଜଣେ ଗରିବ ଚାଷୀ ହୋଇଥିବାରୁ ତାଙ୍କ ପରିବାର ପ୍ରତିପୋଷଣ କରିବା ପାଇଁ ତାଙ୍କୁ ବହୁ ସମସ୍ୟାର ସମ୍ମୁଖିନ ହେବାକୁ ପଡୁଛି । ଏନେଇ ସେ ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ ଧାଇଁ ଧାଇଁ ନୟାନ୍ତ ହେବା ପରେ ଆଜି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚି ଗୁହାରି କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ