ମନରେଗା କାର୍ଯ୍ୟର ସମୀକ୍ଷା ବୈଠକ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ସ୍ଥାନୀୟ ଜଉଗଡ଼ ସମ୍ମିଳନୀ କକ୍ଷରେ ଶନିବାର ଜିଲ୍ଲାର ମନରେଗା କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଗଞ୍ଜାମ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରିଣୀ ମଧୁମିତା ଯୋଗ ଦେଇ ଜିଲ୍ଲାରେ ମନରେଗା କାର୍ଯ୍ୟରେ କରାଯାଇଥିବା ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ l ଏହି ଯୋଜନା ଅଧୀନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ କରାଯାଇଥିବା ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିବା ସହିତ ସମୀକ୍ଷା କରିଥିଲେ, ଏହି ସମୀକ୍ଷା ବୈଠକ ରେ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ