ମମିତା ମେହେରକୁ ନ୍ୟାୟ ପ୍ରଦାନ ଦାବିରେ ବିଜେପିର କୁଶପୁତଳିକା ଦାହ ଓ ବିକ୍ଷୋଭ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ) : ସନସାଇନ ପବ୍ଲିକ ସ୍କୁଲର ଶିକ୍ଷୟିତ୍ରୀ ମମିତା ମେହେରଙ୍କ ମୃତ୍ୟୁକୁ ମାସେ ପୁରିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଥିବା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ । ଏହାର ପ୍ରତିବାଦରେ ରାଜ୍ୟ ବିଜେପି ପକ୍ଷରୁ ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର କୁଶପୁତଳିକା ଦାହ କରାଯିବା ପାଇଁ ଆହ୍ୱାନ ଦିଆଯାଇଥିଲା । ଏହି ପରିପ୍ରକ୍ଷୀରେ ନାଉଗାଁ ବ୍ଲକ ବିଜେପି ପକ୍ଷରୁ ନାଉଗାଁ ମଣ୍ଡଳ ସଭାପତି ନିଲୁରାମ ଜେନାଙ୍କ ନେତୃତ୍ୱରେ ବିଜେପି କର୍ମୀମାନେ ବ୍ଲକଛକରୁ ଏକ ଶୋଭାଯାତ୍ରା ବାହାରି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଁଚିଥିଲେ । ସେଠାରେ ବିକ୍ଷୋଭ କରାଯିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତଳିକା ଦାହ କରିଥିଲେ । ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉପେନ୍ଦ୍ରନାଥ ବିଶ୍ୱାଳ,ପ୍ରତାପ କୁମାର ମିଶ୍ର, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଭିକାରି ସ୍ୱାଇଁ, ଜିଲ୍ଲା ଯୁବ ଉପସଭାପତି ନିଗମାନନ୍ଦ ପରିଡା, ବିଜୟ ଦାସ, ପବିତ୍ର କୁମାର ପଣ୍ଡା, କୃଷ୍ଣଚନ୍ଦ୍ର ସାମଲ, ସଂଜୟ କୁମାର ମହାନ୍ତିଙ୍କ ସମେତ ଶତାଧିକ ବିଜେପି କର୍ମୀ ସାମିଲ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ