ମହାତ୍ମା ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ସ୍ଥାନରେ ସୋମବାର ପାଳନ କରାଯାଇଛି । ଏହି ଅବସରରେ ନାଉଗାଁ ବ୍ଲକ ଅନ୍ତର୍ଗତ ଏରଡାସ୍ଥିତ ପଂଚାୟତିରାଜ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମେଶ ରାଉତଙ୍କ ତତ୍ୱାବଧାନରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ କର୍ମବୀର ପ୍ରଭାତ କୁମାର ସ୍ୱାଇଁ, ଡାକ୍ତର ଦୁର୍ଗାପ୍ରସାଦ ସ୍ୱାଇଁ, ପରିବେଶବିତ୍ ଦେବାଶିଷ ବସ୍ତିଆ, ପୋଷ୍ଠାଲ ଅଧିକାରୀ ଦେବାଶିଷ ଦାସ, ସାମାଜିକ କର୍ମୀ ଡମ୍ବୁରଧର ବସ୍ତିଆ, ଅମରଜିତ୍ ସ୍ୱାଇଁ, ମନୋଜ ମହାନ୍ତି, ଆର୍ତତ୍ରାଣ ସ୍ୱାଇଁ, ନିହାର ସ୍ୱାଇଁ, ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଗାଁର ଯୁବକମାନେ ଯୋଗ ଦେଇ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ବୃକ୍ଷରୋପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ