ମହାନାଦପୁର ସରସ୍ୱତୀ ଶିଶୁ ବିଦ୍ୟା ଭବନର ବାର୍ଷିକୋତ୍ସବ ପାଳିତ

ଛତ୍ରପୁର, (ଦେବଦତ୍ତ ମହାରଣା):ଛତ୍ରପୁର ବ୍ଲକ ଅନ୍ତର୍ଗତ ମହାନାଦପୁର ଗ୍ରାମ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ଭବନର ବାର୍ଷିକୋତ୍ସବ ଶନିବାର ବିଦ୍ୟାଳୟ ପରିସରରେ ପରିଚାଳନା କମିଟି ସଭାପତି ପ୍ରତାପ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥୀ ଭାବେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଡ .ହୃଶିକେଶ ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥୀଭାବେ ମହାନାଦପୁର ସରପଞ୍ଚ ରବିନ୍ଦ୍ରନାଥ ରାଉଳ, ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ, ଭାଗବତ ଭାଷ୍କର ଜଗନ୍ନାଥ ପଣ୍ଡା, ବରିଷ୍ଠ ସାମ୍ବାଦିକ ରବି ରଥ , ସମାଜସେବୀ ବିପ୍ରଚରଣ ପାତ୍ର, ସମ୍ପାଦକ ବିଜୟ କୁମାର ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ । ପୂର୍ବରୁ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା କୃତୀ ଛାତ୍ରଛାତ୍ରୀ ମାନଙ୍କୁ ଅତିଥୀ ମାନଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲ।। ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ ହୋଇଥିଲ।। କାର୍ଯ୍ୟକ୍ରମକୁ ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ବିଜୟ କୁମାର ମହାପାତ୍ର ସଂଯୋଜନା କରିଥିବା ବେଳେ ପ୍ରଧାନଆଚାର୍ଯ୍ୟ ଭଂଜ ବିହାର ନାହାକ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ