ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ଫିଟ୍‌ ଇଣ୍ଡିଆ ୨୦୨୪ ଉଦ୍‌ଘାଟିତ

ମୟୁରଭଞ୍ଜ,(ମୁରାରୀ ମୋହନ ମହାପାତ୍ର):ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ଫିଟ୍‌ ଇଣ୍ଡିଆ ୨୦୨୪ ଉଦ୍‌ଘାଟିତ ହୋଇ ଯାଇଛି । ଆଗାମୀ ୪ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସଭାରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ । ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର ହେମନ୍ତ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ । କୁଳପତି ନିଜ ବକ୍ତବ୍ୟରେ ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ କହିବା ସହ କେବଳ ଶାରୀରିକ ସ୍ତରରେ ନୁହେଁ ମାନସିକ ସ୍ତରରେ ମଧ୍ୟ ଫିଟ୍‌ ରହିବା ନିମନ୍ତେ ଛାତ୍ରଛାତ୍ରୀଙ୍କୁ ଯୋଗାଭ୍ୟାସ କରିବାକୁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ପ୍ରୋତ୍ସାହନ କରିବା ପାଇଁ ଦିନକୁ ଦିନ ହଜିଯାଉଥିବା ପାରମ୍ପରିକ ଭାରତୀୟ ଖେଳଗୁଡ଼ିକର ଆୟୋଜନ କରାଯିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । କାର୍ଯ୍ୟକ୍ରମର ସଂଯୋଜକ ପ୍ରାଣୀ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ପ୍ରିୟରଞ୍ଜନ ଦେବତା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସାନ୍ତାଳୀ ବିଭାଗର ସହକାରୀ ପ୍ରଫେସର ଡ. ଯତୀନ୍ଦ୍ରନାଥ ବେଶ୍ରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣକାରୀମାନଙ୍କୁ ଫିଟ୍‌ ଇଣ୍ଡିଆର ଶପଥ ପାଠ କରାଯାଇଥିଲା । କମ୍ପ୍ୟୁଟର ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଡ. ଜନ୍ମେଞ୍ଜୟ ନାୟକ ଓ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ପ୍ରଦୀପ୍ତ ରଞ୍ଜନ ଦାସ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଧୀରସାଇକେଲ ଚାଳନା, ତର୍କ, ପ୍ରବନ୍ଧ, କୁଇଜ୍‌, ପୋଷ୍ଟର, ଦଉଡ଼ିଡିଆଁ, ଦୌଡ଼, ଯୋଗ, ଓ ବିଭିନ୍ନ ପାରମ୍ପାରିକ ଭାରତୀୟ କ୍ରୀଡ଼ା ଆୟୋଜନ କରାଯିବ । ଏହି କାର୍ଯ୍ୟକ୍ରମରେ ବିଶ୍ଵବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ