ମହାରାଷ୍ଟ୍ରରେ ସରକାର ଗଢିବାକୁ ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ
ମୁମ୍ବାଇ : ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅଚଳାବସ୍ଥାର ଅବସାନ ହେବାର ଆଶା ଦେଖାଦେଇଛି । ରାଜ୍ୟପାଳ ଭଗତ ସିଂ କାସ୍ୟାରୀ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଜଳ ବିଜେପିକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି । ବିଜେପି ବିଧାୟକ ଦଳର ନେତା ଦେବେନ୍ଦ୍ର ଫଡନବୀସଙ୍କୁ ଏଥିପାଇଁ ଆମନ୍ତ୍ରଣ କରାଯାଇଛି ଓ ଆସନ୍ତା ୧୧ ତାରିଖ ଅର୍ଥାତ ସାମବାର ସୁଦ୍ଧା ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ତାଙ୍କୁ କୁହାଯାଇଛି । ମହାରାଷ୍ଟ୍ର ବିଧାନସଭାରେ ମୋଟ ୨୮୮ ଆସନ ମଧ୍ୟରୁ ବିଜେପିର ୧୦୫ ଜଣ ସଦସ୍ୟ ଅଛନ୍ତି । ସରକାର ଗଢିବା ପାଇଁ ବିଜେପିକୁ ଆଉ ୪୦ ଜଣ ବିଧାୟକଙ୍କ ସମର୍ଥନ ଆବଶ୍ୟକ । ସ୍ୱାଧୀନ ଓ ଛୋଟ ଛୋଟ ଦଳମାନଙ୍କ ମଧ୍ୟରୁ ୧୫ ଜଣ ବିଜେପିକୁ ସମର୍ଥନ କରୁଛନ୍ତି । ଏଣୁ ସଂଖ୍ୟାଗରିଷ୍ଠତା ହାସଲ ପାଇଁ ବିଜେପିକୁ ଆଉ ୨୫ ଜଣଙ୍କ ସମର୍ଥନ ଆବଶ୍ୟକ ପଡିବ ।


