ମହାରାଷ୍ଟ୍ରରେ ସର୍ବାଧିକ କୋରୋନା ଆକ୍ରାନ୍ତ

ମୁମ୍ବାଇ : ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ବେଳେ ୨ ଜଣ ପ୍ରାଣ ହରାଇଛନ୍ତି । ମହାରାଷ୍ଟ୍ରରେ ଦେଶର ସର୍ବାଧିକ କୋରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସହିତ ଫୋନ୍‌ରେ କଥା ହୋଇଛନ୍ତି । ଉଦ୍ଧବଙ୍କ ସହିତ କୋରୋନା ମୁକାବିଲା ନେଇ ଆଲୋଚନା କରିବା ପରେ ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେଙ୍କ ସହିତ ମଧ୍ୟ ମୋଦି ଆଲୋଚନା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଶନିବାର ଦିନ ମହାରାଷ୍ଟ୍ରରେ ୧୨ ଜଣ କୋରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ