ମହାଶିବରାତ୍ରି ପାଇଁ ଲିଙ୍ଗରାଜ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି
ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି । ଏଥିପାଇଁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ନୀତିକାନ୍ତି ନେଇ କାର୍ଯ୍ୟ ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଚଳିତ ବର୍ଷ ଶିବରାତ୍ରି ଦିନ, ରାତି ୧୦ଟାରେ ମହାଦୀପ ଉଠିବାକୁ ନିଷ୍ପତ୍ତି ନିଆଯାଇଛି। ଭୋର ୩ଟାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ମଙ୍ଗଳ ଆଳତି ଓ ଅବକାଶ ପରେ ଶ୍ରଦ୍ଧାଳୁମାନେ ୩ଟା ୩୦ରୁ ସାହାଣମେଲା ଦର୍ଶନ କରିପାରିବେ । ଅପରାହ୍ନ ୧୨ଟା ୪୫ରୁ ୨ଟା ୩୦ ପର୍ଯ୍ୟନ୍ତ ସକାଳ ଧୂପ ଅନୁଷ୍ଠିତ ହେବ । ସନ୍ଧ୍ୟା ୭ଟା ୧୦ରୁ ୭ଟା ୩୦ପର୍ଯ୍ୟନ୍ତ ସନ୍ଧ୍ୟା ଆଳତି ହେବା ୧୦ଟା ପରଠାରୁ ମହାଦୀପ ଦର୍ଶନ ହେବ ।


