ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଆତ୍ମସୁରକ୍ଷା ତାଲିମ୍ ଶିବିର
ଛତ୍ରପୁର, (ଦେବଦତ୍ତ ମହାରଣା) :ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ଅବସରରେ ଏକ ତାଲିମ୍ ଶିବିର ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା ସସ୍ମିତା ସାମନ୍ତରାୟ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ତାଲିମ୍ ଗ୍ରହଣର ଆବଶ୍ୟକତା ସଂପର୍କରେ ଅନେକ ଉପାଦେୟ ତଥ୍ୟ ପ୍ରଦାନ କରିଥିଲେ । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଏହି ତାଲିମ୍ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ମାଷ୍ଟର ଟ୍ରେନ୍ର ଲକ୍ଷ୍ମୀପ୍ରିୟା ସାହୁ ଏହି ତାଲିମ୍ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରୀମାନଙ୍କୁ ତାଲିମ୍ ପ୍ରଦାନ କରିଥିଲେ । ଏଥିରେ ସମସ୍ତ ଅଧ୍ୟାପିକା ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ ।