ମହିଳା ଏସଆଇଙ୍କୁ କରୋନା

ପୁରୀ: ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଗତିରେ ଓଡ଼ିଶା ଫେରନ୍ତା ପ୍ରବାସୀମାନେ ସାମିଲ ହେବା ଫଳରେ ନିଆଁରେ ଘିଅ ଢାଳିବା ସଦୃଶ ମହାମାରୀ ବ୍ୟାପିରେ ଲାଗିଛି । ତେବେ ଏହାରି ଭିତରେ ଜଣେ ମହିଳା ଏସଆଇ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନାର ଜଣେ ମହିଳା ଏସଆଇ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ଏସଆଇ ଅପରାଧୀଙ୍କ ସଂସ୍ପର୍ଶରେ ଆସିଥିଲେ । ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ଏସପି ଉମାଶଙ୍କର ଦାଶ କହିଛନ୍ତି । ପୂର୍ବରୁ ବ୍ରହ୍ମଗିରି ଥାନାର ୯ ଜଣ କର୍ମଚାରୀ କ୍ୱାରେଣ୍ଟାଇନରେ ଅଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ