ମହିଳା ଓ ଶିଶୁ ବିକାଶ ମନ୍ତ୍ରୀଙ୍କ ଦ୍ୱାରା ପଶ୍ଚିମବଙ୍ଗର ଦମ୍ପତ୍ତିଙ୍କୁ ପୋଷ୍ୟ ସନ୍ତାନ ହସ୍ତାନ୍ତର

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) – ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୩ତମ ଶିଶୁକୁ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ପୋଷ୍ୟ ସନ୍ତାନ ଭାବେ ସୁଦୁର ପଶ୍ଚିମବଙ୍ଗ ରାଜ୍ୟର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି । ଏହି ଲକ୍‌ଡାଉନ୍ ଏବଂ ସଟ୍‌ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମ, ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଆଡପସନ୍ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା । ପରବର୍ତ୍ତି ମୂହୂତର୍ତ୍ତେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆନନତଃ ମୁକ୍ତ ଭାବେ ଘୋଷାଣା କରିଥିଲେ । ଯାହା ଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେ କୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବ ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତି ମୂହୁର୍ତ୍ତରେ ତିନି ବର୍ଷ ଧରି ସନ୍ତାନ ପାଇଁ ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ । ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ । ପରବର୍ତ୍ତୀ ମୂହୂର୍ତ୍ତମରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ପଶ୍ଚିମବଙ୍ଗର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା । ଏହି ଶିଶୁଟି କନ୍ୟରତ୍ନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ମିଶନ ଶକ୍ତିର ଉପଦେଷ୍ଠା ଲୋପାମୁଦ୍ରା ବକ୍ସିପାତ୍ର, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରୀପାଠୀ, ଶିଶୁ ମଙ୍ଗଳ ସମିତିର ସଭ୍ୟା ଅଳକା ସାହୁ, ଗୁରାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟସେବା ଯୋଗାଉଥିବା ଡାକ୍କର ମିଲନ୍ କୁମାର ଅଧିକାରୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ