ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ବିକାଶ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ମହିଳା ସ୍ନାତକ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ତରଫରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଯାୟୀ ଗତ ୧୭.୧୧.୨୦୨୩ ତାରିଖରେ ମହାବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀ ନାସିର୍ ବେଗ୍ଙ୍କ ଦ୍ବାରା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଉପସ୍ଥିତ ଛାତ୍ରୀମାନଙ୍କୁ ଉଦ୍ବୋଧନ ପୂର୍ବକ ପାଠପଢା ସହ ବୌଦ୍ଧିକ ବିକାଶର ମଧ୍ୟ ଆବଶ୍ୟକତା ରହିଛି ବୋଲି କହିଥିଲେ। ଅଧ୍ୟକ୍ଷା ଡ଼ ରୀନା ସାହୁ ମଧ୍ୟ ଛାତ୍ରୀ ତଥା କର୍ମଚାରୀ ମାନେ ପୂର୍ଣ୍ଣମାତ୍ରାରେ ସହଯୋଗ କରିବାକୁ ହେବ ବୋଲି କହିଥିଲେ। ଏହି ପରିପ୍ରେକ୍ଷୀରେ ୧୭.୧୧.୨୦୨୩ ତାରିଖରେ ଓଡିଆ ଓ ତେଲୁଗୁ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଯାଇଛି । ୧୮.୧୧.୨୦୨୩ ତାରିଖରେ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଓ କାର୍ଟୁନ୍ ପ୍ରତିଯୋଗିତା ହୋଇଯାଇଛି । ଆଜି ଅର୍ଥାତ୍ ୨୦.୧୧.୨୦୨୩ ତାରିଖରେ ଓଡିଆ, ଇଂରାଜୀ ଓ ତେଲୁଗୁ ବକ୍ତୃତା ପ୍ରତିଯୋଗିତା ହୋଇଯାଇଛି । ଏସବୁ କାର୍ଯ୍ୟକ୍ରମରେ ବହୁଛାତ୍ରୀ ଉତ୍ସାହର ସହ ଅଂଶ ଗ୍ରହଣ କରୁଛନ୍ତି । ଏହି ସମସ୍ତ କାର୍ଯ୍ୟକ୍ରମ ଅଧ୍ୟକ୍ଷା ଡ଼ ରୀନା ସାହୁଙ୍କ ନିର୍ଦ୍ଦେଶରେ ନୋଡାଲ୍ ଅଧିକାରୀ ଡ଼ ଭାରତୀ ପାଣିଗ୍ରାହୀଙ୍କ ତତ୍ବାବଧାନରେ ଅଧ୍ୟାପିକା ସୁଶ୍ରୀ ମଧୁସ୍ମିତା ପ୍ରଧାନ ଓ ଡ଼ କଲ୍ୟାଣୀ ମିଶ୍ରଙ୍କ ଦ୍ବାରା କାର୍ଯ୍ୟକ୍ରମ ଗୁଡିକ ଅନୁଷ୍ଠିତ ହେଉଅଛି । ଛନ୍ତି । ଏ ସମସ୍ତ କାର୍ଯ୍ୟକ୍ରମ ଏଥିରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରୁଛନ୍ତି । ପାଇଁ ଓଡିଶା ସରକାରଙ୍କୁ ମହାବିଦ୍ୟାଳୟର ସମସ୍ତ ଛାତ୍ରୀ ମା କରିଛନ୍ତି ।