ମହେନ୍ଦ୍ର ତନୟା ନଦୀରୁ ଯୁବକଙ୍କ ଶବ ଉଦ୍ଧାର
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ତନୟା ନଦୀରେ ଭାସମାନ ଅବସ୍ଥାରେ ଜଣେ ଯୁବକଙ୍କର ଶବ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲ୍ଲା ପୁରୁଣାପାଟଣା ମଣ୍ଡଳ ଅନ୍ତର୍ଗତ ଅଚ୍ୟୁତପୁରମ ଗ୍ରାମର ତାରକେଶ୍ୱର ରାଓ (୩୫) ବୋଲି ଜଣାପଡିଛି । ଖବର ପାଇ ପାରଳାଖେମୁଣ୍ଡି ଆଦର୍ଶ ଥାନାର ଏକ ଟିମ୍ ସେଠାରେ ପହଞ୍ôଚ ଶବଟିକୁ ଉଦ୍ଧାର କରି ଶବବ୍ୟଚ୍ଛେଦ ପାଇଁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ଜଣାପଡିଛି । ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାରବର୍ଗଙ୍କୁ ଶବ ହସ୍ତାନ୍ତର କରାଯାଇଥିବାବେଳେ ଘଟଣାକୁ ନେଇ ପାରଳାଖେମୁଣ୍ଡି ଥାନାରେ ୩/୨୧ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବାର ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କ ସୂତ୍ରରୁ ପ୍ରକାଶ ।


