ମାଁ ମାଣିକେଶ୍ବରୀଙ୍କ ଲାଖ ବିନ୍ଧା ପର୍ବ ଅନୁଷ୍ଟିତ

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):କଳାହାଣ୍ଡି ର ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ବରୀଙ୍କ ଲାଖମରା ପର୍ବ ମହାସମାରହ ରେ ଅନୁଷ୍ଠିତ ହୋଇଯାଛି । ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଏହି ପର୍ବ ମାଧ୍ୟମରେ ଏକ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ ଓ ବିଜୟୀ କୁ ରାଜପରିବାର ପକ୍ଷରୁ ପୁରସ୍କାର ଦିଆଯାଇଥାଏ । ବିଜୟା ଦଶମୀ ତିଥୀରେ ମାଁମାଣିକେଶ୍ବରୀଙ୍କ ଲାଖବିନ୍ଧା ବା ଲାଖମରା ପର୍ବ ଅନୁଷ୍ଠିତ ହୋଇଥାଏ । ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ବରୀଙ୍କ ବିଜୟ ପ୍ରତିମା ଛତ୍ରକୁ ମୁଖ୍ୟ ମନ୍ଦିର ରୁ ଧରି ବାହୁକ, ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ଭବାନୀପାଟଣା ସହରର ପଶ୍ଚିମ ଉପକଣ୍ଠରେ ଥିବା ଲାଖମରା ପଡିଆକୁ ଯାଇଥାନ୍ତି ।ଲାଖମରା ପଡିଆରେ ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ବିଧାନ ପୂର୍ବକ ପୂଜାର୍ଚନା ଓ ଛାଗଳ ବଳି ଦିଆଯାଏ । ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜା ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥାଏ ଲାଖମରା ପର୍ବ । ଏକ ସୁଉଚ୍ଚ ଖମ୍ବରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥାଏ ପ୍ରତିଯୋଗିତା । ମାଟି ହାଣ୍ଡିରେ ମାଣିକେଶ୍ବରୀଙ୍କ ପ୍ରସାଦ ଥାଏ । ଏହି ପ୍ରତିଯୋଗିତାରେ ଚଳିତ ବର୍ଷ ମଧ୍ୟ ଅନେକ ଯୁବକ ସାମିଲ ହୋଇଥିଲେ । ପରେ ଛତ୍ର ଜେନା ବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ ।ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣ ମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି । ପରେ ପରେ ମୂଳାଷ୍ଟମୀ ଠାରୁ ମାଣିକେଶ୍ବରୀଙ୍କୁ ମୁଣ୍ଡବସା ପର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବାପାଇଁ ମନ୍ଦିର ଦ୍ବାରରେ କଣ୍ଟାବାଡ ଦିଆଯାଇଥାଏ । ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ । ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହ ଦେଖାଦେଇଥିଲା ।ଚଳିତ ବର୍ଷ ଏହି ଲାଖକୁ ବିନ୍ଧିବା ପାଇଁ କଳାହାଣ୍ଡି ରାଜ ପରିବାରର ରାଜକୁମାର ଫତେ କେଶରୀ ଦେଓ ଏହି ଲକ୍ଷ୍ୟ ଭେଦ କରିଥିଲେ। ମାଣିକେଶ୍ବରୀ ଙ୍କ ଛତର ଯାତ୍ରା ଦେଖିପାରିନଥିବା ଭକ୍ତ ଲାଖ ମରାରେ ଦେବୀଙ୍କ ଛତର ଦର୍ଶନ କରି ଅନେକ ପଶୁ ଓ ପକ୍ଷୀ ବଳି ଦେଇଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ