ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କେନ୍ଦ୍ରାପଡା କଲେଜ ଅଧ୍ୟକ୍ଷଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀଙ୍କୁ ରବିବାର ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଉପାଧ୍ୟକ୍ଷ ଗୋପାଳ ଚନ୍ଦ୍ର ବେହେରା ସଭାପତିତ୍ୱ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏନସିସି ଆଲୁମିନି ଆସୋସିଏସନ ସମ୍ପାଦକ ଚିନ୍ମୟ କୁମାର ବିଶ୍ୱାଳ, ଶ୍ରୀକାନ୍ତ ପୋଥାଳ, ଉମେଶ ଚନ୍ଦ୍ର ଜେନା, ଦେବକାନ୍ତ କର, ନିରାକାର ଖୁଣ୍ଟିଆ, ନିର୍ଲିପ୍ତ ସାହୁ, ଅନୁପ କୁମାର ରାଉତ, ସେକ୍ ରିଆଜଉଦ୍ଦିନ ଅହମଦ, ଦେବୀପ୍ରସନ୍ନ ସ୍ୱାଇଁ, ଦୀପ୍ତିମୟୀ ଦାସ, ପ୍ରୀତିପଦ୍ମା ଆଚାର୍ଯ୍ୟ, ସୁଚରିତା ପରିଡା, ପୂର୍ଣ୍ଣିମା ଜେନା ପ୍ରମୁଖ ଉପସ୍ଥିତ ରହି ଅଧ୍ୟକ୍ଷ ଡଃ. ତ୍ରିପାଠୀଙ୍କୁ ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ଫଟୋଚିତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରି ପ୍ରଭୁ ଶ୍ରୀବଳଦେବଜୀଉଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।