ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କଲେଜ ଅଧ୍ୟକ୍ଷଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ପ୍ରଫେସର ଗୋପାଳ ଚନ୍ଦ୍ର ବେହେରାଙ୍କୁ ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ କଲେଜର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡଃ. ରାଜେନ୍ଦ୍ର ପ୍ରସାଦ ତ୍ରିପାଠୀ, ମାଇଁ ଆଲୁମିନି ଆସୋସିଏସନର ସମ୍ପାଦକ ଚିନ୍ମୟ କୁମାର ବିଶ୍ୱାଳ, ଅନୁପ କୁମାର ରାଉତ, ସେକ ରିଆଜଉଦିନ ଏହମଦ, ଦେବୀ ପ୍ରସନ୍ନ ସ୍ୱାଇଁ, ଦେବୀ ପ୍ରସାଦ ଦାସ, ସୁଚରିତା ପରିଡା, ମଧୁସ୍ମିତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ । କିଛିଦିନ ତଳେ କଲେଜକୁ ଆସିଥିବା ଭାରତ- ପାକିସ୍ଥାନ ଯୁଦ୍ଧରେ ନିୟୋଜିତ ଟି-୫୫ ଟ୍ୟାଙ୍କକୁ ଆସୋସିଏସନର ସଦସ୍ୟମାନେ ବିଭିନ୍ନ ରଙ୍ଗରେ ରଙ୍ଗାୟିତ କରିଛନ୍ତି । ଟ୍ୟାଙ୍କର ସେହି ନବ କଳେବରକୁ କଲେଜ ଅଧ୍ୟକ୍ଷ ପ୍ରଫେସର ବେହେରା ଏବଂ ପୂର୍ବତନ କଲେଜ ଅଧ୍ୟକ୍ଷ ଡଃ. ତ୍ରିପାଠୀ ନୂତନ ଭାବେ ଉନ୍ମୋଚନ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ