ମା’କୁତାମଚଣ୍ଡୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସମ୍ମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟିତ
ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଦେବୀଦୋଳସ୍ଥିତ ମା’କୁତାମଚଣ୍ଡୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗୁରୁବାର ଉଦ୍ଘାଟିତ ହୋଇଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରସନ୍ନ କୁମାର ବାରିକଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମାଧ୍ୟମିକ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ତଥା ଉପଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ । ମୁଖ୍ୟବକ୍ତା ଭାବେ ସ୍ଥାନୀୟ ତହସିଲଦାର ଏସ.କେ. ସାଗିର ଯୋଗ ଦେଇ ରାଜ୍ୟ ସରକାରଙ୍କ କ୍ରିଡା ଓ ଯୁବ ବିକାଶ ତରଫରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅର୍ନ୍ତନିହିତ ଗୁଣାବଳୀର ବିକାଶ ପାଇଁ ଯୋଜନା କରାଯାଇଥିବା ବିଷୟରେ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଆତ୍ମା କମିଟିର ଅଧ୍ୟକ୍ଷ ବସନ୍ତ କୁମାର ପାଢୀ, ଅଧ୍ୟାପିକା ସୁଜାତା ରାଉତରାୟ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ କ୍ରିଡା, ସାଂସ୍କୃତିକ ଓ ସାମାଜିକ ସଚେତନତା ଭଳି ପ୍ରତିଯୋଗିତା ସମ୍ପର୍କରେ ଆଲୋଚନା କରିଥିଲେ । ଅଧ୍ୟାପକ ସୁଶାନ୍ତ କୁମାର ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଅଧାପିକା ଜାଗୃତି ମହାନ୍ତି, ସରସ୍ୱତୀ ଦାସ, ଅଧ୍ୟାପକ ପ୍ରକାଶ ମଲ୍ଲିକ, ଅକ୍ଷୟ ପାଢୀ, ଅକ୍ଷୟ ମୁଦୁଲି, କୃଷ୍ଣଚନ୍ଦ୍ର ଦାସ, କ୍ଷେତ୍ରବାସୀ ଜେନାଙ୍କ ସମେତ ସମସ୍ତ କର୍ମଚାରୀ କାର୍ଯ୍ୟକ୍ର୍ମକୁ ପରିଚାଳନା କରିଥିଲେ ।