ମା’କୁମ୍ଭି ମଙ୍ଗଳା ଯୁବ ପରିଷଦର ସାଂସ୍କୃତିକ କାର୍ଯ୍ୟକ୍ରମ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ମା’ କୁମ୍ଭି ମଙ୍ଗଳା ଯୁବ ପରିଷଦ ପକ୍ଷରୁ ବିଘ୍ନ ବିନାଶକ ଶ୍ରୀ ଗଣେଶଙ୍କ ପୂଜା ଅବସରରେ ଏକ ସାଂସ୍କୃତିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ପରିଷଦର ସଭାପତି ଅକ୍ଷୟ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତଉତ୍ସବରେ ମୁଖ୍ୟ ଅତିଥି ଭାବେ ୮ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ରଶ୍ମୀରଞ୍ଜନ ରାଉତ, ମୁଖ୍ୟବକ୍ତା ଭାବେ ବ୍ଲକ ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ସମ୍ମାନିତ ଅତିଥି ଭାବେ କପାଳେଶ୍ୱର ପଞ୍ଚାୟତର ସରପଞ୍ଚ କଳ୍ପନା ମହାନ୍ତି, ସମାଜସେବୀ ଅଭିମନ୍ୟୁ ଗୋଛାୟତ ପ୍ରମୁଖ ଯୋଗଦେଇ ଯୁବ ପରିଷଦର ବିଭିନ୍ନ ସମାଜସେବା କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଏହି ଉତ୍ସବକୁ ସରପଞ୍ଚ ଶ୍ରୀମତୀ ମହାନ୍ତି ଉଦଘାଟନ କରିଥିଲେ । ଏହି ଅବସରରେ ବିଭିନ୍ନ ସମାଜସେବା ମୂଳକ କାର୍ଯ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତି ବିଶେଷଙ୍କୁ ପରିଷଦ ପକ୍ଷରୁ ଅତିଥିମାନେ ପୁରସ୍କୃତ କରିଥିଲେ । ପରିଷଦର ସମ୍ପାଦକ ସରୋଜକାନ୍ତ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ପରିଷଦର ସମସ୍ତ ସଭ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ମେଲୋଡି ପରିବେଷଣ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ