ମାଡ଼ମାରି ଟଙ୍କା ଲୁଟ ମାମଲା
ଦିଗପହଣ୍ଡି, (ଯୁଗାବ୍ଦ ନ୍ୟୁଜ):ଦିଗପହଣ୍ଡି ପୋଲିସ ବୁଧବାର କୁଶପଡ଼ା ଗ୍ରାମର ବି.ନରସିଂହ ଦୋରା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୨୦୬/୨୩ ଦଫା – ୩୯୪ ଆଇ ପି ସି ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଙ୍କୁ ଦିଗପହଣ୍ଡି ସବ୍ ଜେଲ ହାଜତକୁ ପଠାଇ ଦିଆଯାଇଛି।ଗତ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ ଟା ରେ ଅନଙ୍ଗପୁର ଗ୍ରାମର ବିନୋଦ ସାହୁ କୁଶପଡ଼ା ଗ୍ରାମରେ କାମସାରି ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ବିନୋଦ ଙ୍କୁ ରାସ୍ତାରେ ଅଟକାଇ ନିସ୍ତୁକ ମାଡ଼ ମାରିବା ସହ ତାଙ୍କ ପକେଟ ରୁ ୧ ହଜାର ଟଙ୍କା ଲୁଟି ନେଇ ଫେରାର ହୋଇଯାଇଥିଲେ। ନରସିଂହ ଙ୍କ ମାଡ଼ ରେ ବିନୋଦ ଙ୍କ ବାମହାତ ଭାଙ୍ଗି ଯାଇଥିଲା।ତାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଚିକିତ୍ସା ହୋଇ ଫେରିବା ପରେ ବିନୋଦ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ।ଏତଲା କୁ ଭିତ୍ତି କରି ଆଇ ଆଇ ସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତ ଙ୍କ ବିରୋଧରେ ମକଦ୍ଦମା ରୁଜୁ କରିବା ସହ ଘଟଣା ପରଠାରୁ ଫେରାର ଥିବା ନରସିଂହ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।


