ମାଣିତରାରେ “ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ”

ବୁଗୁଡା, (ଅନିଲ କୁମାର ମହାରଣା):ଓଡିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ କ୍ରୀଡା, ସଂସ୍କୃତି ଓ ସାମାଜିକ କ୍ଷେତ୍ରରେ ଯୁବ ବର୍ଗ ଅଂଶଗ୍ରହଣକୁ ଉତ୍ସାହିତ କରିବାକୁ ଯୁବ ଓଡିଶା ନବୀନ ଓଡ଼ିଶା, “ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ”(ଆଇ.ୱାଇ.ଡି.ପି.) ଯୋଜନା ଆରମ୍ଭ କରିଛନ୍ତି। ଓଡ଼ିଶା ସରକାରଙ୍କ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିୟନ୍ତ୍ରଣରେ ଥିବା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ଯୋଜନା ଅନ୍ତର୍ଭୁକ୍ତ କରାଯାଇ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ମାଗଦର୍ଶିକା ଓ ପାଣ୍ଠି ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲ୍ଲା ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଡିସେମ୍ବର ୧୪ ତାରିଖ ଦିନ “ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ”ର ଶୁଭାରମ୍ଭ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ବିଧାୟକ ଶ୍ରୀ ସାହୁ ନିଜ ବକ୍ତବ୍ୟରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ସମସ୍ତେ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମରେ ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା, ସମିତି ସଭ୍ୟ ଜୟଦେବ ପ୍ରଧାନ, ସମାଜସେବୀ ମଦନ ଗୋପାଳ ଦୋରା, ପ୍ରତିଷ୍ଠାତା ସମ୍ପାଦକ ଗୋପାଳ କୃଷ୍ଣ ମହାରଣା, ପୂର୍ବତନ ଜିଲ୍ଲା ପରିଷଦ ମେମ୍ବର ଭୁବନେଶ୍ଵରୀ ଖଟେଇ ଓ ଖଦାଳ ଖଟେଇ, ଜୟଦେବ ରାଉତ, ପୂର୍ବତନ ସମ୍ପାଦକ ପ୍ରଫୁଲ କୁମାର ପଣ୍ଡା, ଶିକ୍ଷାବିତ ଅନିଲ କୁମାର ମହାରଣା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ଅତିଥି ବୃନ୍ଦଙ୍କ ସମ୍ମୁଖରେ ଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଓଡ଼ିଆ ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ |

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ