ମାଣିତରାରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ
ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକର କରୁଣା ଟ୍ରଷ୍ଟ ପରିଚାଳିତ ମାଣିତରା ସରକାରୀ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରର ଡାକ୍ତର ଓ କର୍ମଚାରୀ ବୃନ୍ଦ ଏବଂ ମା ସେନାପତି ଯୁବକ ସଙ୍ଘ ମିଳିତ ଆନୁକୂଲ୍ୟରେ ” ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମେଡ଼ିକାଲ ଅଫିସର ଡାକ୍ତର ଦୟାନିଧି ରାଉତଙ୍କ ତତ୍ତ୍ୱାବଧାନରେ ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ସଂଯୋଜକ ଚିତ୍ତରଞ୍ଜନ ପ୍ରଧାନ, ଟେକିନସିଆନ କାଳୀ ପ୍ରସାଦ ସାହୁ, ଫାର୍ମାସିଷ୍ଟ ସରୋଜ କୁମାର ପଟ୍ଟନାୟକ, ମହିଳା ସ୍ୱାସ୍ଥ୍ୟ କର୍ମୀ କୃଷ୍ଣପ୍ରିୟା ପଣ୍ଡା ଓ ଗଙ୍ଗା ସାହାଣୀ ଏବଂ ମା ସେନାପତି ଯୁବକ ସଙ୍ଘ ସଦସ୍ୟ ବୃନ୍ଦ ମିଳିତ ଭାବେ ମାଣିତରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ପରିସର ଓ ରାସ୍ତା ସଫେଇ କରି ସ୍ୱଚ୍ଛତାର ବାର୍ତ୍ତା ପ୍ରଦାନ କରିଥିଲେ।