ମାଣିତରା ଓ ତାଳସାକର ରେ ବିଶ୍ୱ ଏଡସ ଦିବସ ପାଳନ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ତାଳସାକର ମହାମାୟୀ ଉଚ୍ଚ ବିଦ୍ୟାଳୟରେ ଡିସେମ୍ବର ୦୧ ତାରିଖ ଦିନ ବିଶ୍ୱ ଏଡସ୍ ଦିବସ ପାଳିତ ହୋଇଯାଇଛି। ଉଭୟ ଶିକ୍ଷାନୁଷ୍ଠାନ ପକ୍ଷରୁ ମଧ୍ୟରେ ଏଡସ୍ ବିଷୟ ନେଇ ସଚେତନତା କରାଯାଇଥିଲା। ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଅନୁପ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ଯୁବ ରେଡକ୍ରସ କାଉନସିଲର ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରେଡକ୍ରସ ର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ତୈଳଚିତ୍ର ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଏହି ସଚେତନତା ସଭାରେ ରାଜନୀତି ବିଜ୍ଞାନ ଅଧ୍ୟାପକ ସନ୍ତୋଷ କୁମାର ସ୍ୱାଇଁ, ଇଂରାଜୀ ଅଧ୍ୟାପକ ସୁରେଶ କାନ୍ତ ଜେନା, ଓ ସଂଯୁକ୍ତା ପାତ୍ର ଯୋଗଦେଇଥିଲେ। ଯୁବ ରେଡକ୍ରସ ଓ ରେଡ଼ ରିବନ କ୍ଲବ ସ୍ବେଚ୍ଛାସେବୀ ବୃନ୍ଦଙ୍କ ମଧ୍ୟରେ ଏଡସ ଉପଲକ୍ଷେ ପେଇଣ୍ଟିଙ୍ଗ, ସ୍ଲୋଗାନ, ପ୍ରବନ୍ଧ ଓ ବକୃକ୍ତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପୁରସ୍କାର ପ୍ରଦାନ କରାଯାଇଥିଲା। ସେହିପରି ତାଳସାକର ମହାମାୟୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ମନୋଜ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଏଡସ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। କ୍ରୀଡା ଶିକ୍ଷକ ତଥା ସ୍କାଉତ ମାଷ୍ଟର ବି.ଗୋପାଳ ଚନ୍ଦ୍ର ପାତ୍ରଙ୍କ ସଂଯୋଜନାରେ ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀଙ୍କ ଦ୍ୱରା ସଚେତନତା ରାଲେ ବାହାରିବା ସହ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ