ମାଣିତରା ପଞ୍ଚାୟତର ଚାରି ସ୍କୁଲରେ ପୋଷାକ ଓ ଜୋତା ବିତରଣ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତର ଚାରି ଗୋଟି ବିଦ୍ୟାଳୟ ରେ ନଭେମ୍ବର ୧୯ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପ୍ରାଥମିକ ବିଭାଗର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ ମେଳାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ମହାରଣାଙ୍କ ଅଧ୍ୟକ୍ଷତା କରିଥିବା ବେଳେ ବୁଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସପାଲ ଅନୁପ କୁମାର ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା ଓ ସିଆରସିସି ଶଶିକାନ୍ତ ପାତ୍ର ଏବଂ ନିମନ୍ତ୍ରିତ ଅତିଥି ଭାବେ ମାଣିତରା ବନ୍ଧସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ଯୋଗଦେଇଥିଲେ। ଅତିଥି ବୃନ୍ଦ ଉତ୍ତମ ଭାବେ ଅଧ୍ୟୟନ କରିବା ସହ ଚରିତ୍ରବାନ ହୋଇ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ଅତିଥି ବୃନ୍ଦ ୨୯୮ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ଶିକ୍ଷକ ଗୋପାଳ ଚନ୍ଦ୍ର ନାୟକ ସଂଯୋଜନା କରିଥିବା ବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଖଦାଳ ରାଉତ, କେଶବ ଡାକୁଆ, ବିରଞ୍ଚିନାରାୟଣ ମାନସିଂହ, ସୁଦେଷ୍ଣା ପ୍ରଧାନ, ଶୁଭସ୍ମିତା ତ୍ରିପାଠୀ , ଅର୍ଚ୍ଚନା ବାରିକ, ଭାଗ୍ୟଲକ୍ଷ୍ମୀ ସାହୁ, ଓ ଖଗେଶ୍ବର ସାହୁ ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ମଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟ, ମକରାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସାପୁଆପଲ୍ଲୀ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବିଇଓ ଚିନ୍ମୟୀ ମହାପାତ୍ର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ସିଆରସିସି ଶଶିକାନ୍ତ ପାତ୍ର ଏବଂ ତିନି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାୟକ, ନିରାକାର ନାୟକ ଓ ପ୍ରଶାନ୍ତ କୁମାର ନାୟକ ଏବଂ ପରିଚାଳନା କମିଟି ସଦସ୍ୟ/ସଦସ୍ୟା ବୃନ୍ଦ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ