ମାଣିତରା ହାଇ ସ୍କୁଲରେ ପୋଷାକ ବଣ୍ଟନ ମେଳା

ବୁଗୁଡା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ବୁଗୁଡା ବ୍ଲକର ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟର ପ୍ରାଥମିକ ବିଭାଗରେ ପୋଷାକ ଓ ଜୋତା ବଣ୍ଟନ ମେଳା ଅଗଷ୍ଟ ୯ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣା ଏହି କାର୍ଯ୍ୟକ୍ରମ ରେ ଅଧ୍ୟକ୍ଷତା କରିଥିଲେ। ବୁଗୁଡା ବିଇଓ ଚିନ୍ମୟ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିଲେ। ଶ୍ରୀ ମହାପାତ୍ର ନିଜର ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ବହୁ ମୂଲ୍ୟବାନ ପରାମର୍ଶ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଶିକ୍ଷାବିତ ତଥା ବରିଷ୍ଠ ସାମ୍ବାଦିକ ଅନିଲ କୁମାର ମହାରଣା, ସମ୍ମାନିତ ଅତିଥି ଭାବେ ମାଣିତରା ପଞ୍ଚାୟତ ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା, ସମିତି ସଭ୍ୟ ଜୟଦେବ ପ୍ରଧାନ, ସିଆରସିସି ଶଶିକାନ୍ତ ପାତ୍ର, ଓ ଏସଏମସି ସଭାପତି ଡାକ୍ତର ପ୍ରଧାନ ଯୋଗଦେଇଥିଲେ। ଅତିଥି ବୃନ୍ଦ ଛାତ୍ରଛାତ୍ରୀବୃନ୍ଦଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିବା ସହ ଉତ୍ତମ ଭାବେ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ସହକାରୀ ଶିକ୍ଷକ ଗୋପାଳ କୃଷ୍ଣ ନାୟକ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ବିରଞ୍ଚିନାରାୟଣ ମାନସିଂହ, ଖଦାଳ ରାଉତ, କେଶବ ଚନ୍ଦ୍ର ଡାକୁଆ, ସୁବୀର ବେହେରା ଓ ଖଗେଶ୍ୱର ସାହୁ ଏବଂ ଶିକ୍ଷୟିତ୍ରୀ ସୁଦେଷ୍ଣା ପ୍ରଧାନ, ଭାଗ୍ୟଲକ୍ଷ୍ମୀ ସାହୁ, ଅର୍ଚ୍ଚନା ବାରିକ ଓ ସୁରଶ୍ମିତା ତ୍ରିପାଠୀ ପତିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ