ମାତ୍ରାଧିକ ଇଣ୍ଟରନେଟ ବ୍ୟବହାରର କୁପରିଣାମ

ଇଣ୍ଟରନେଟର ଏକାଧିକ ସକାରାତ୍ମକ ଦିଗ ରହିଥିବା ବେଳେ ଏହାର ନକରାତ୍ମକ ଦିଗ ମଧ୍ୟ ରହିଛି। ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା ପାଠପଢିବା କ୍ଷମତାରେ ହ୍ରାସ ଘଟିଥାଏ ବୋଲି ଏକ ପରୀକ୍ଷଣରୁ ଜଣାପଡିଛି। ଏକ ନୂତନ ପରୀକ୍ଷଣ ଅନୁଯାୟୀ ଏହି ଛାତ୍ରଛାତ୍ରୀମାନେ କେବଳ ପାଠପଢା ନୁହେଁ ବରଂ ନିଜର ପରୀକ୍ଷାକୁ ନେଇ ଅଧିକ ଉତ୍ସାହିତ ରହିଥାନ୍ତି ବୋଲି ଜଣାପଡିଛି। ଏହା ସହିତ ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକୁଟିଆ ପଣ ସୃଷ୍ଟି କରିଥାଏ। ୟୁକେର ସ୍ବାନ୍ସି ବିଶ୍ବବିଦ୍ୟାଳୟ ଗବେଷକ ଫିଲ୍‌ ରିଡ୍‌ଙ୍କ ଗବେଷଣାରେ ଏହି ତଥ୍ୟ ପ୍ରକାଶ ପାଇଛି। ବିଭିନ୍ନ ସ୍ବାସ୍ଥ୍ୟଗତ ପାଠ୍ୟକ୍ରମରେ ନାମ ଲେଖାଇଥିବା ୨୮୫ ଜଣ ଛାତ୍ରଛାତ୍ରୀ ଏହି ଗବେଷଣାରେ ଅଂଶଗ୍ରହଣ କରିଥିଲେ। ଅଧିକ ଇଣ୍ଟରନେଟ ବ୍ୟବହାରକାରୀ ଛାତ୍ରଛାତ୍ରୀ ପାଠପଢାରେ ଦୁର୍ବଳ ଥିବା ଜଣାପଡିଥଲା। ଏହି ଛାତ୍ରଛାତ୍ରମାନେ ଆଗାମୀ ପରୀକ୍ଷାକୁ ନେଇ ମଧ୍ୟ ଭୟଭୀତ ରହିଥିବା ଜଣାପଡିଥିଲା। ଅଧିକ ଇଣ୍ଟରନେଟ୍‌ ବ୍ୟବହାର ଏକୁଟିଆପଣର ମୁଖ୍ୟ କାରଣ ରହିଥିବା ବେଳେ ଏହା ଦ୍ବାରା ପାଠପଢାରେ ମନୋନିବେଶ ସହଜ ହୋଇନଥାଏ ବୋଲି କୁହାଯାଇଛି। ଗବେଷଣାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୫ ପ୍ରତିଶତ ଦୈନିକ ୪ ଘଣ୍ଟାରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ବେଳେ ବଳକା ଛାତ୍ରଛାତ୍ରୀ ଦୈନିକ ୧ରୁ ୩ ଘଣ୍ଟା ମଧ୍ୟରେ ଇଣ୍ଟରନେଟ୍‌ ବ୍ୟବହାର କରିଥାନ୍ତି। ସର୍ବାଧିକ ୪୦ ପ୍ରତିଶତ ଇଣ୍ଟରନେଟ୍‌ ସୋସିଆଲ ମିଡିଆରେ ବ୍ୟବହୃତ ହେଉଥିବା ବେଳେ ମାତ୍ର ୩୦ ପ୍ରତିଶତ ବିଭିନ୍ନ ପାଠ ସମ୍ବନ୍ଧୀୟ ସୂଚନା ସର୍ଚ୍ଚ କରିଥାନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ