ମା’ଦଣ୍ଡକାଳୀ ମେରୁ ମଣ୍ଡପ ବିଧାୟକଙ୍କ ଦ୍ଵାରା ଉଦଘାଟିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ବୁଗୁଡା ବ୍ଲକ ଅନ୍ତର୍ଗତ ଏ.କରଡ଼ାବାଡ଼ି ଗ୍ରାମର ମା’ଦଣ୍ଡକାଳୀ ମେରୁ ମଣ୍ଡପକୁ ଏପ୍ରିଲ ୧୫ ତାରିଖ ଦିନ ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମହୋଦୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିବା ଜଣାପଡ଼ିଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଏ.କରଡ଼ାବାଡ଼ି ଗ୍ରାମ ପଞ୍ଚାୟତ ସରପଞ୍ଚ ରିଙ୍କି ଦାସ ଓ ସମିତି ସଭ୍ୟା ଶିବାନୀ ନାୟକ ଯୋଗ ଦେଇଥିଲେ। ଆୟୋଜିତ ସଭାରେ ବିଧାୟକ ଶ୍ରୀ ସାହୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଜନସାଧାରଣଙ୍କ ସହ ଅଭାବ ଅସୁବିଧା ନେଇ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ବହୁ ଗ୍ରାମବାସୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ