ମାଷ୍ଟର ଟ୍ରେନର ମାନଙ୍କୁ ତାଲିମ

ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲାର ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଜିଲ୍ଲା ପରିଷଦ ସମ୍ମିଳିନୀକକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାଷ୍ଟର ଟ୍ରେନମାନଙ୍କୁ ତାଲିମ ପ୍ରଦାନ କରାଯାଇଥିଲା l ଏଥିରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନୟନ୍ନ ଅଧିକାରୀ, ତହସିଲଦାର, ଏବଂ ପଞ୍ଚାୟତ ଅଧିକାରୀ ତାଲିମ ନେଇଥିଲେ l ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପୋଲିଂ ଅପିସର ମାନଙ୍କର ଦାୟତ୍ୱ ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ l ଗ୍ରାମପଞ୍ଚାୟତର ନିୟମ ଓ ପ୍ରିଜାଇଡିଂ ଅପିସର ହ୍ୟାଣ୍ଡବୁକ ଅନୁସାରେ ନିର୍ବାଚନ କାର୍ଯ୍ୟ ପରିଚାଳନା କରିବାକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ l କୋଭିଡ ନିୟମ ଅନୁଯାୟୀ ସମସ୍ତ ତାଲିମ ଓ ପୋଲିଂ କାର୍ଯ୍ୟକ୍ରମ କରିବା ପାଇଁ ନିର୍ଦେଶ ଦିଆଯାଇଥିଲା l ଏହି ମାଷ୍ଟର ଟ୍ରେନର ମାନେ ସଂପୃକ୍ତ ବ୍ଲକ ସଦର ମହକୁମା ପୋଲିଂ ଅଫିସର ମାନଙ୍କୁ ତାଲିମ ଦେବେ l ତାଲିମ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଦିଲ୍ଲୀପ କୁମାର ମହାରଣା,ଜିଲ୍ଲା ଗ୍ରାମ୍ୟ ଉନୟନ୍ନ ସଂସ୍ଥା ପ୍ରକଳ୍ପ ନିର୍ଦେଶକ ଅନାମ ଚରଣ ପାତ୍ର, ସମସ୍ତ ନୋଡାଲ ଅଫିସର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଉଲାସ ସେଠି,ସହକାରୀ ଜିଲ୍ଲାପାଳ ଶ୍ରୀ ଜୁବୁଲି ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ