ମା’ ସିଂହାସିନୀ ପୀଠରେ ରଜ ପର୍ବ ପାଇଁ ପ୍ରସ୍ତୁତି ବୈଠକ

ବୁଗୁଡ଼ା, (ଅନିଲ କୁମାର ମହାରଣା) :-ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶକ୍ତିପୀଠ ମା’ ସିଂହାସିନୀ ମନ୍ଦିରରେ ଆସନ୍ତା ରଜ ପର୍ବ ପାଳନ ପାଇଁ ମଇ ୧୯ ତାରିଖ ଦିନ କସିପଡା କଲ୍ୟାଣ ମଣ୍ଡପରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମା’ ସିଂହାସିନୀ ଉନ୍ନୟନ ଓ ପରିଚାଳନା କମିଟି ସଭାପତି ତଥା ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ଶ୍ରୀକାନ୍ତ ସାହୁ ମହୋଦୟ ବୈଠକରେ ଅଧ୍ୟକ୍ଷତା କରିଥିଲେ । ରଜ ପର୍ବରେ ମା’ ଙ୍କ ଦର୍ଶନ ପାଇଁ ଆସିବାକୁ ଥିବା ଶ୍ରଦ୍ଧାଳୁ ମାନଙ୍କ ପାଇଁ ଖାଦ୍ୟ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଓ ଆଲୋକ ବ୍ୟବସ୍ଥା ସହ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଆଲୋଚନା ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଦିଲ୍ଲୀପ କୁମାର ନାୟକ, ପୋଲସରା ପୋଲିସ ଥାନା ଆଇଆଇସି ଜିତେନ୍ଦ୍ର କୁମାର ମଲ୍ଲିକ, ଏବିଡ଼ିଓ ଧର୍ମରାଜ ପରିଡା, ଗ୍ରାମାଞ୍ଚଳ ଜଳ ଯୋଗାଣ ଓ ପରିମଳ ବିଭାଗ ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ଇଂ ତୁଷାର କୁମାର ସାହୁ, ସହକାରୀ ଯନ୍ତ୍ରୀ ଇଂ ପ୍ରଦୀପ କୁମାର ତ୍ରିପାଠୀ, ଧନେଇ ଡ୍ୟାମ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ବିଷ୍ଣୁ ଚରଣ ସାହୁ, ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀ ଇଂ ବିଶ୍ୱ ରଞ୍ଜନ ମହାପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକ, ମନ୍ଦିରର ମୁଖ୍ୟ ପୂଜକ ଭଗବାନ ଜାନୀ, ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ପାଣ୍ଡିରିପଡା ସରପଞ୍ଚ ରଘୁନାଥ ଭୂୟାଁ ପ୍ରମୁଖଙ୍କ ସମେତ ପରିଚାଳନା କମିଟି କର୍ମକର୍ତ୍ତା ଓ ସଦସ୍ୟ ବୃନ୍ଦ ଏବଂ ଲୋକ ପ୍ରତିନିଧି ବୃନ୍ଦ ଓ ସରକାରୀ କର୍ମଚାରୀ ବୃନ୍ଦ ବୈଠକ ରେ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ