“ମିଶନ ୱାନ୍ ଜିପି, ୱାନ ବିସି ସଖି” ତାଲିମ ଉଦ୍ଯାପିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନରେ “ମିଶନ ୱାନ ଜିପି, ୱାନ ବିସି ସଖି” କାର୍ଯ୍ୟକ୍ରମ ଉଦ୍ଯାପିତ ହୋଇଛି । ଏହି କାର୍ଯ୍ୟକ୍ରମ ଗତ ୬ ଦିନ ଧରି ଚାଲୁରହିଥିବା ବେଳେ ଏଥିରେ ଗୁମ୍ମା, ମୋହନା, ସାଖୀନଗର, ରାୟଗଡ, ନୂଆଗଡ, ଗୋଷାଣୀ ଓ ଆର୍.ଉଦୟଗିରି ବ୍ଲକ ଅଞ୍ଚଳରୁ ୨୦ଜଣ ପ୍ରଶିକ୍ଷଣ ନେଇଥିଲେ । ସମସ୍ତ ପ୍ରତିଭାଗୀ ମାନଙ୍କ ପାଇଁ ଅନୁଷ୍ଠାନରେ ମାଗଣା ରହିବା, ଖାଇବା ପ୍ରଦାନ କରାଯାଇଥିଲା । ଉଦ୍ଯପନ ସଭାରେ ଅନୁଷ୍ଠାନର ନିର୍ଦ୍ଦେଶକ ଅଚ୍ୟୁତାନନ୍ଦ ବ୍ରହ୍ମା ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ଅଗ୍ରଣୀ ବ୍ୟାଙ୍କ ପ୍ରବନ୍ଧକ କିଶୋର ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡିଆର୍ଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ବିଦ୍ୟାସାଗର ମୁଦୁଲି ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଅତିଥି ମାନେ ପ୍ରତିଭାଗୀ ମାନଙ୍କୁ ପ୍ରମାଣ ପତ୍ର ବଣ୍ଟନ କରିବା ସଙ୍ଗେ ସଙ୍ଗେ ନିଜ ନିଜ ବକ୍ତବ୍ୟରେ ବିଭିନ୍ନ ଉଦାହରଣ ଦେଇ ଭବିଷ୍ୟତରେ ଆତ୍ମନିଯୁକ୍ତ ହୋଇ ଉତ୍ତରୋତ୍ତର ଉନ୍ନତି କରିବାକୁ ପରାମର୍ଶ ଦେଇଥିଲେ । ଅନୁଷ୍ଠାନର ପ୍ରଧ୍ୟାପକ ଦିଲ୍ଲୀପ କୁମାର ତନ୍ତି କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଉଦ୍ଯାପନୀ ସଭା କାର୍ଯ୍ୟକ୍ରମ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ।