ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପତ୍ର

ଓବିସି ଓ ଏସଇବିସି ବର୍ଗ ପାଇଁ ଶିକ୍ଷାନୁଷ୍ଠାନ ଓ ସରକାରୀ ଚାକିରୀରେ

ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ – ଧର୍ମେନ୍ଦ୍ର ପ୍ରଧାନ

 ଓଡିଶାରେ ଓବିସି ଓ ଏସଇବିସି ବର୍ଗ ରାଜ୍ୟ ଜନସଂଖ୍ୟାର ଏକ ପ୍ରମୁଖ ବର୍ଗ ଏବଂ

ଏମଧ୍ୟରୁ ଅନେକ ଦାରିଦ୍ର‌୍ୟ ଓ ଅଶିକ୍ଷା ମଧ୍ୟରେ କାଳାତିପାତ କରୁଛନ୍ତି ।

 ଓଡିଶା ସରକାର ସରକାରୀ ଚାକିରୀ ଓ ଶିକ୍ଷାନୁଷ୍ଠାନରେ ଓବିସି ମାନଙ୍କୁ ସଂରକ୍ଷଣ

ସୁବିଧା ଦେଉନଥିବା ବେଳେ ଏସଇବିସି ମାନଙ୍କୁ ଶିକ୍ଷାନୁଷ୍ଠାନରେ ସଂରକ୍ଷଣ

ସୁବିଧା ଦେଇ ନାହାନ୍ତି

 ଉଭୟ ଓବିସି ଓ ଏସଇବିସି ବର୍ଗର ଲୋକମାନେ ଉଚ୍ଚଶିକ୍ଷା ଓ ଚାକିରୀ କ୍ଷେତ୍ରରେ

ଯୋଗ ଦେବାରୁ ବଂଚିତ ହୋଇଛନ୍ତି ଓ ଏହା ପଛରେ ସେମାନଙ୍କର ସାମାଜିକ ଓ

ଆର୍ଥିକ ପଛୁଆ ପରିସ୍ଥିତି ମୁଖ୍ୟତଃ ଦାୟୀ

 ଏମାନଙ୍କୁ ଶିକ୍ଷା ଓ ସରକାରୀ ଚାକିରୀ କ୍ଷେତ୍ରରେ ବିଶେଷ ସୁବିଧା ଉପଲବ୍ଧ

କରାଇବା ଜରୁରୀ

 ସମ୍ବିଧାନର ଧାରା ୧୫(୪) ଓ ୧୬ (୪) ଅନୁସାରେ ଭାରତ ସରକାର ଓବିସି

ବର୍ଗଙ୍କୁ ସରକାରୀ ଚାକିରୀ ଓ ଶିକ୍ଷାନୁଷ୍ଠାନରେ ୨୭ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା

କରିଛନ୍ତି

 ଏହି ସଂରକ୍ଷଣ ବ୍ୟବସ୍ଥାକୁ ମାନ୍ୟବର ସୁପ୍ରିମକୋର୍ଟ ମଧ୍ୟ ମାନ୍ୟତା ପ୍ରଦାନ କରିଛନ୍ତି

 ଅନେକ ରାଜ୍ୟ ସରକାର ରାଜ୍ୟର ଜନସଂଖ୍ୟାର ଏଭଳି ଏକ ବର୍ଗ ପାଇଁ ଅଧିକ

ଶତାଂଶ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୫ ଜୁଲାଇ – ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ସରକାରୀ ଚାକିରୀ ଓ

ଶିକ୍ଷାନୁଷ୍ଠାନ ଏବଂ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି) ମାନଙ୍କୁ ଶିକ୍ଷାନୁଷ୍ଠାନରେ

ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ

କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ କହିଛନ୍ତି ଓଡିଶାରେ ଓବିସି ଓ ଏସଇବିସି ବର୍ଗ ରାଜ୍ୟ ଜନସଂଖ୍ୟାର ଏକ

ପ୍ରମୁଖ ବର୍ଗ । ଏମଧ୍ୟରୁ ଅନେକ ଦାରିଦ୍ର‌୍ୟ ଓ ଅଶିକ୍ଷା ମଧ୍ୟରେ କାଳାତିପାତ କରୁଥିବା କାରଣରୁ

ଏମାନଙ୍କୁ ଶିକ୍ଷା ଓ ଚାକିରୀ କ୍ଷେତ୍ରରେ ବିଶେଷ ସୁବିଧା ଉପଲବ୍ଧ କରାଇବା ଜରୁରୀ ।

ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ ଦର୍ଶାଇଛନ୍ତି ସମ୍ବିଧାନର ଧାରା ୧୫(୪) ଓ ୧୬ (୪) ର ଉଲ୍ଲେଖ କରି

ଭାରତ ସରକାର ଓବିସି ବର୍ଗଙ୍କୁ ସରକାରୀ ଚାକିରୀ ଓ ଶିକ୍ଷାନୁଷ୍ଠାନରେ ୨୭ ପ୍ରତିଶତ ସଂରକ୍ଷଣର

ବ୍ୟବସ୍ଥା କରିଛନ୍ତି । ଏହି ସଂରକ୍ଷଣ ବ୍ୟବସ୍ଥାକୁ ମାନ୍ୟବର ସୁପ୍ରିମକୋର୍ଟ ମଧ୍ୟ ମାନ୍ୟତା ପ୍ରଦାନ

କରିଛନ୍ତି ।

ଶ୍ରୀ ପ୍ରଧାନ ଏହି ପତ୍ରରେ କହିଛନ୍ତି ଅନେକ ରାଜ୍ୟ ସରକାର ରାଜ୍ୟର ଜନସଂଖ୍ୟାର ଏଭଳି ଏକ ବର୍ଗ

ପାଇଁ ଅଧିକ ଶତାଂଶ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । ମାତ୍ର ଓଡିଶା ସରକାର ସରକାରୀ ଚାକିରୀ

ଓ ଶିକ୍ଷାନୁଷ୍ଠାନରେ ଓବିସି ମାନଙ୍କୁ ସଂରକ୍ଷଣ ସୁବିଧା ଦେଉନଥିବା ବେଳେ ଏସଇବିସି ମାନଙ୍କୁ

ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ସୁବିଧା ଦେଇ ନାହାନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଉଭୟ ଓବିସି ଓ ଏସଇବିସି ଲୋକମାନେ ଉଚ୍ଚଶିକ୍ଷା ଓ ଚାକିରୀ କ୍ଷେତ୍ରରେ

ଯୋଗ ଦେବାରୁ ବଂଚିତ ହୋଇଛନ୍ତି ଓ ଏହା ପଛରେ ସେମାନଙ୍କର ସାମାଜିକ ଓ ଆର୍ଥିକ ପଛୁଆ

ପରିସ୍ଥିତି ମୁଖ୍ୟତଃ ଦାୟୀ ।

ଏପରି ପରିସ୍ଥିତିରେ ଏହି ବର୍ଗର ଲୋକମାନଙ୍କୁ ଶିକ୍ଷାନୁଷ୍ଠାନ ଓ ସରକାରୀ ଚାକିରୀରେ ଅଧିକ

ସୁଯୋଗ ଉପଲବ୍ଧ କରାଇବା ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଶ୍ରୀ ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ

ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ