ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସଂକ୍ରାମକ ସେବା ଚିକିତ୍ସା ଗୃହ ଲୋକାର୍ପଣ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କ ଦ୍ୱାରା ଶ୍ୟାମଗୁଡିଆ ଠାରେ ନୂତନ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ସଂକ୍ରାମକ ରୋଗ ଚିକିତ୍ସା ଗୃହ ଗୁରୁବାର ଅପରାହ୍ନରେ ଆଭାଷୀ ମାଧ୍ୟମରେ ଲୋକାର୍ପିତ ହୋଇଯାଇଛି । ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଶିଳ୍ପ,ଶକ୍ତି, ଅଣୁ, ଲଘୁ ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ପ୍ରତାପ କେଶରୀ ଦେବ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚି ନାୟକ, କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା, ପାଟକୁରା ବିଧାୟିକା ସାବିତ୍ରୀ ଅଗ୍ରୱାଲ, ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ, ଜିଲ୍ଲା ପରିଷଦ ସଭାପତି ଗିତାଞ୍ଜଳି ସେଠୀ, ଜିଲ୍ଲାପାଳ ଅମ୍ରିତ ଋତୁରାଜ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ପୂର୍ବତନ ଜିଲ୍ଲା ପରିଷଦ ସଭାପତି ମାନସ କୁମାର ପରିଡା, ପୂର୍ବତନ ବିଜେଡି ରାଜ୍ୟ ଯୁଗ୍ମ ସମ୍ପାଦକ ରାଜେଶ ପଣ୍ଡା, ବିଭିନ୍ନ ବ୍ଲକର ଅଧ୍ୟକ୍ଷ/ଅଧ୍ୟକ୍ଷା, ଜନପ୍ରତିନିଧି, ଜିଲ୍ଲା ପରିଷଦ ସଦସ୍ୟ/ସଦସ୍ୟା, ବିଭାଗୀୟ ଅଧିକାରୀ, ବୁଦ୍ଧିଜିବି ଓ ଜନସାଧାରଣ ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରାପଡା ଜିଲ୍ଲାର ଜନସାଧାରଣଙ୍କୁ ଶୁଭେଛା ବାର୍ତ୍ତା ପ୍ରଦାନ କରିବା ସହ ରାଜ୍ୟ ସରକାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ପାଇଁ ଚେଷ୍ଟିତ ବୋଲି କହିଥିଲେ । କେନ୍ଦ୍ରାପଡା ଜିଲ୍ଲାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରୟାସ କରିଥାନ୍ତି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ