ମୁଖ୍ୟମନ୍ତ୍ରୀଙ୍କ ଭିଣୋଇଙ୍କ ପରଲୋକ, ନୂଆବର୍ଷ ପାଳିବେନି
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଣୋଇ ତଥା ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନି ମେହେଟ୍ଟାଙ୍କର ସୋମବାର ପରଲୋକ ହୋଇଛି। ମୃତ୍ୟୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଟ୍ବିଟ୍ଟର ଜରିଆରେ ନବୀନ ଶୋକ ପ୍ରକାଶ କରିବା ସହିତ ତାଙ୍କ ଆତ୍ମାର ସଦ୍ଗତି କାମନା କରିଛନ୍ତି। ସୋନି ଜଣେ ଉତ୍ତମ ସମ୍ପାଦକ ଏବଂ ଭଲ ମଣିଷ ଥିଲେ, ଭଗବାନ ତାଙ୍କ ଆତ୍ମାକୁ ସଦ୍ଗତି ପ୍ରଦାନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରିଛନ୍ତି। ଏହି କାରଣରୁ ଆସନ୍ତାକାଲି ନୂଆବର୍ଷ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବା ପାଇଁ ଶୁଭେଚ୍ଛୁମାନଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ସୂଚନା ଯୋଗ୍ୟ ଯେ, ସୋନି ମେହେଟ୍ଟା ଅନ୍ତର୍ଜାତୀୟସ୍ତରେ ଖ୍ୟାତିଅର୍ଜନ କରିଥିବା ପ୍ରକାଶନ ସଂସ୍ଥା ଆଲଫ୍ରେଡ୍ ଏ ନଫ୍ ଡବଲଡେ ପବ୍ଲିସିଂ ଗ୍ରୁପର ଅଧ୍ୟକ୍ଷ ତଥା ମୁଖ୍ୟସଂପାଦକ ଥିଲେ। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କୁ ବିବାହ କରିଥିଲେ।


