ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କଲେ ପ୍ରାଥମିକ ଶିକ୍ଷକ ସଂଘ

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଉଦ୍ୟମ ଜାରୀ ରଖିବା ସହ ଜନସାଧାରଣଙ୍କୁ ସହାୟତା ଯୋଗାଇ ଆସୁଛନ୍ତି । ଏଭଳି ପରିସ୍ଥିତିରେ ବହୁ ବଦାନ୍ୟ ବ୍ୟକ୍ତି ଓ ବିଭିନ୍ନ ସଂଘ ପକ୍ଷରୁ ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କରି ଆସୁଛନ୍ତି । ଏହି ପରିପ୍ରେକ୍ଷୀରେ ଶୁକ୍ରବାର ହିଞ୍ଜିଳିକାଟୁ ବ୍ଳକ ପ୍ରାଥମିକ ଶିକ୍ଷକ ସଂଘ ଓ ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର କର୍ମଚାରୀ ବୃନ୍ଦ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୪ ଲକ୍ଷ ୬୨ ହଜାର ୨୫୨ ଟଙ୍କାର ଏକ ଚେକ୍ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡାଙ୍କ ଜରିଆରେ ପ୍ରଦାନ କରିଛନ୍ତି । ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଇପିଲି ଋଷିୟା, ଶିକ୍ଷକ କଲ୍ୟାଣ ସମିତି ସଭାପତି ପୁର୍ଣ୍ଣଚନ୍ଦ୍ର ମହାରଣା, ଏବିଇଓ ବିଶ୍ୱନାଥ ମହାରଣା, ଶିକ୍ଷୟତ୍ରୀ ଡ଼ି.ଗୌରୀ, ଜୟକୃଷ୍ଣ ଦାଶ, ଗଙ୍ଗାଧର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ