ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୦ ହଜାର ଟଙ୍କାର ସହାୟତା ପ୍ରଦାନ
ପୋଲସରା, (ଅନିଲ କୁମାର ମହାରଣା):ପୋଲସରା ଏନ.ଏ.ସି.ର ଅଙ୍ଗନବାଡି କର୍ମୀ ବୃନ୍ଦ ଓ ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ଲକ ଡାଉନ ଯୋଗୁଁ ରାଜ୍ୟ ଓ ଦେଶର ଆର୍ଥିକ ସ୍ଥିତି ଦୋହଲି ଯାଇଥିବା ବେଳେ ବିଭିନ ବ୍ୟକ୍ତି ଓ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ମଇ ୩୦ ତାରିଖ ଦିନ ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ଅଙ୍ଗନବାଡି କର୍ମୀ ବୃନ୍ଦ ଓ ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ପକ୍ଷରୁ ୭୦ ହଜାର ଟଙ୍କାର ଏକ ବ୍ୟାଙ୍କ ଡ୍ରାଫ୍ଟ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ମାଧ୍ୟମରେ ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀଙ୍କୁ ପ୍ରଦାନ କରିଛନ୍ତି। ଏହି ସମୟରେ ପୋଲସରା ଏନ.ଏ.ସି. କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଶନ କୁମାର ଦାଶ ମଧ୍ୟ ଉପସ୍ଥିତ ଥିଲେ।