ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ ପୂର୍ବରୁ ଜିଲ୍ଲାପାଳଙ୍କ ସମୀକ୍ଷା

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିସେମ୍ବର ମାସ ପ୍ରଥମ ସପ୍ତାହରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳଙ୍କ ବିଜୟ ଅମୃତ କୁଲାଙ୍ଗେଙ୍କ ସମେତ ବହୁ ଜିଲ୍ଲା ପ୍ରଶାସନିକ ଅଧିକାରୀ ମାନେ ହିଞ୍ଜିଳି ଗସ୍ତ କରି ରୋଡମ୍ୟାପ ପ୍ରସ୍ତୁତ କରିବା ସହ ଅନ୍ୟାନ୍ୟ ବିଷୟରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ମାନଙ୍କ ସହିତ ଆଲୋଚନା କରିଥିଲେ । ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ନିର୍ମିତ ବିଜୁ ପଟ୍ଟନାୟକଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ର ଉନ୍ମୋଚନ କରାଯିବା ସହ ୫ଟି ଅଧିନରେ ନିର୍ମିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ବୁଲି ଦେଖିବା କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବା ଜଣାପଡିଛି । ଏଥିପାଇଁ ପ୍ରଶାସନିକ ଅଧିକାରୀ ମାନେ ସହରର ବିଜୁପଟ୍ଟନାୟକ ଛକ, ସରକାରୀ ବୃନ୍ଦାବନ ଉଚ୍ଚ ବିଦ୍ୟାଳୟ, ଅସ୍ଥାୟୀ ହେଲିପ୍ୟାଡ ନିର୍ମାଣ ହେବାକୁ ଥିବା ଇନଡୋର ଷ୍ଟାଡିୟମ ଖେଳ ପଡିଆ ବୁଲି ଦେଖିଥିଲେ । ୨୦୧୮ ମସିହା ସାଧାରଣ ନିର୍ବାଚନରେ ହିଞ୍ଜିଳି ବିଧାୟକ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ । ଏଥିପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ କିପରି ସୁରୁଖୁରୁରେ ସମାପନ ହେବ, ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାପାଳ କୁଲାଙ୍ଗେଙ୍କ ଗସ୍ତ ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉ ସାହେବ, ଛତ୍ରପୁର ଉପଜିଲ୍ଲାପାଳ ନିଳମାଧବ ଭୋଇ, ବ୍ରହ୍ମପୁର ଉପଜିଲ୍ଲାପାଳ ଭି କିର୍ତ୍ତିଭାସନ, ବ୍ରହ୍ମପୁର କମିଶନର ଡ଼ଃ ସିଦ୍ଧେଶ୍ୱର ବଳରାମ ବାନ୍ଦୋର, ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ବିଡ଼ିଓ ସୁବ୍ରତ କୁମାର ଜେନା, ପୈାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ ସାହୁ, ଆସିକା ଏସଡିପିଓ ଉମାଶଙ୍କର ସିଂ, ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ, ପୈାର ସହକାରୀ ଯନ୍ତ୍ରୀ ପ୍ରମୋଦ ନାୟକ, କନିଷ୍ଠ ଯନ୍ତ୍ରୀ ଦିଲିପ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ