ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ ପୂର୍ବରୁ ଡିଆଇଜି ଓ ଏସପିଙ୍କ ସମୀକ୍ଷା

ହିଞ୍ଜିଳିକାଟୁ, (ଶେଷଦେବ ସାହୁ):ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତରେ ଆସୁଥିବା ଜଣାପଡିଛି । ଏହି ପରିପ୍ରେକ୍ଷୀରେ ବୁଧବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟ ହିଞ୍ଜିଳି ଗସ୍ତ କରି ରୋଡମ୍ୟାପ ପ୍ରସ୍ତୁତ କରିବା ସହ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଥିଲେ । ପ୍ରାୟ ୧୦ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ନିର୍ମିତ ବିଜୁ ପଟ୍ଟନାୟକଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ର ଉନ୍ମୋଚନ କରାଯିବା ସହ ରୂପାନ୍ତରିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ ବୁଲି ଦେଖିବେ, ଗଞ୍ଜାମ ଦର୍ଶନ ମୋ ବସ୍ ସେବା, ହିଞ୍ଜିଳିକାଟୁ ପୈାର ପରିଷଦ ପକ୍ଷରୁ ନିର୍ମିତ ପ୍ରାୟ ୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ମଳ ବିଶୋଧନ କେନ୍ଦ୍ର ଉଦଘାଟନ କାର୍ଯ୍ୟକ୍ରମ ସହିତ ହିଞ୍ଜିଳିକାଟୁ ବ୍ଲକ୍ ଓ ପୈାରାଞ୍ଚଳର ପ୍ରାୟ ୧୫ଟି ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଥିବା ବିଶେଷ ସୁତ୍ରରୁ ଜଣାପଡିଛି । ଗତ ୨୦୧୯ ମସିହା ସାଧାରଣ ନିର୍ବାଚନରେ ହିଞ୍ଜିଳି ବିଧାୟକ ତଥା ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ । ଏଥିପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ କିପରି ସୁରୁଖୁରୁରେ ସମାପନ ହେବ, ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଦକ୍ଷିଣାଞ୍ଚଳ ଡିଆଇଜି ଓ ଗଞ୍ଜାମ ଏସପିଙ୍କ ଗସ୍ତ ସମୟରେ ପୈାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ ସାହୁ, ଆସିକା ଏସଡିପିଓ ଉମାଶଙ୍କର ସିଂ, ହିଞ୍ଜିଳି ଥାନା ଆଇଆଇସି ଅଭିମନ୍ୟୁ ଦାସ, ପ୍ରମୁଖ ଉପସ୍ଥିତ ଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ